ଭୁବନେଶ୍ବର: ଉନ୍ମୋଚନ ହେଲା ‘ସୁଭଦ୍ରା’ ପୋର୍ଟାଲ । ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରିଛନ୍ତି । ସୁଭଦ୍ରା ଯୋଜନାର ସମସ୍ତ ସୂଚନା ଏହି ପୋର୍ଟାଲରେ ଉପଲବ୍ଧ ହେବ ।
‘ସୁଭଦ୍ରା’ ପୋର୍ଟାଲ ଉନ୍ମୋଚନ ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, କିଛି ତଥ୍ୟ ଜାଣିବାକୁ ଚାହୁଁଥିଲେ ମହିଳା ମାନେ ଏହି ପୋର୍ଟାଲରୁ ହିଁ ଜାଣିପାରିବେ । http://subhadra.odisha.gov.in ରେ ଲଗ୍ ଇନ୍ କରି ସବୁକିଛି ସୂଚନା ପାଇପାରିବେ ।
ସୁଭଦ୍ରା ଯୋଜପାର ଫର୍ମ ବଣ୍ଟନ ଆରମ୍ଭ ହୋଇଛି, ୪ରୁ ଫର୍ମ ସଂଗ୍ରହ ଆରମ୍ଭ ହେବ । ଫର୍ମ ପୂରଣ କରି ଆଧାର କାର୍ଡ ନକଲ ସହ ଦାଖଲ କରିବେ । ମୋ ସେବା କେନ୍ଦ୍ର ବା ଜନସେବା କେନ୍ଦ୍ରରେ ଫର୍ମ ଦାଖଲ କରି ପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି ଯେ, ରାକ୍ଷୀ ପୂର୍ଣ୍ଣିମାରେ ମିଳିବାକୁ ଥିବା କିସ୍ତି ଆସନ୍ତା ୧୭ରୁ ଆରମ୍ଭ ହେବ । ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିବେ । ସବୁ ଯୋଗ୍ୟ ମହିଳାଙ୍କୁ ମିଳିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ । ଫର୍ମ ବଣ୍ଟନ ଓ ଦାଖଲ ସଂପୂର୍ଣ୍ଣ ମାଗଣାରେ ରହିବ ।
Comments are closed.