ଭୁବନେଶ୍ୱର: ନିର୍ଭୟରେ ତଥ୍ୟ ଦିଅନ୍ତୁ ନିଜାମୁଦ୍ଧିନ ଫେରନ୍ତା । ୨୪ ଘଂଟା ମଧ୍ୟରେ ସେମାନେ ଆଗେଇ ଆସି ନିଜର ସବୁ ତଥ୍ୟ ସରକାରଙ୍କୁ ଦେବାକୁ ଆହ୍ୱାନ କରିଛନ୍ତି ରାଜ୍ୟ ସରକାରଙ୍କ କୋଭିଡ-୧୯ ମୁଖ୍ୟ ମୁଖପାତ୍ର ସୁବ୍ରୋତ ବାଗଚୀ ।
ସେ କହିଛନ୍ତି ଯେ, ନିଜେ ସଚେତନ ହୁଅନ୍ତୁ ନିଜେ ଆଗକୁ ଆସନ୍ତୁ । କଂଟାକ୍ଟ ଟ୍ରେସିଂ ପର୍ଯ୍ୟନ୍ତ ଯାଆନ୍ତୁ ନାହିଁ । ଆପଣମାନେ ଆଗେଇ ଆସି ନିଜ ବାବଦରେ ଜଣାନ୍ତୁ । ତେବେ କୌଣସି ବ୍ୟକ୍ତି ଯଦି ନିଜାମୁଦ୍ଦିନରୁ ଫେରିଛନ୍ତି କିମ୍ବା ସେମାନଙ୍କ ସହ କୌଣସି ଲୋକ ସଂସ୍ପର୍ଶରେ ଆସିଛନ୍ତି ତେବେ ତାଙ୍କ ମାଆ ଓ ଭଉଣୀମାନେ ସେମାନଙ୍କୁ ବୁଝାନ୍ତୁ ଆଉ ୧୦୪କୁ କଲ କରି ସବିଶେଷ ତଥ୍ୟ ଦିଅନ୍ତୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ନିବେଦନ କରିଥିବା ବାଗଚୀ କହିଛନ୍ତି ।
ସେପଟେ ତବଲିଗ ଜମାତରୁ ଫେରିଥିବା ୨୮ଜଣଙ୍କୁ ରାଜ୍ୟ ସରକାର ଯୋଗାଯୋଗ କରିଛନ୍ତି । ଏମାନଙ୍କ ନମୂନା ପରୀକ୍ଷା ପାଇଁ ପଠାଯାଇଥିଲା । ସେଥିରୁ ୨୫ଟି ନମୂନା ନେଗେଟିଭ ଆସିଥିବା ବେଳେ ୩ ଜଣଙ୍କ ପଜିଟିଭ ଆସିଛି । ତବଲିଗ ଜମାତରୁ ଫେରିଥିବା ଲୋକେ ତୁରନ୍ତ ୧୦୪କୁ ଯୋଗେଯାଗ କରି ରାଜ୍ୟ ସରକାରଙ୍କୁ ସୂଚନା ଦିଅନ୍ତୁ । ଦରକାର ପଡିଲେ ସରକାର ଆପଣଙ୍କ ସମସ୍ତ ଚିକିତ୍ସା ବିନା ଖର୍ଚ୍ଚରେ କରିବେ ବୋଲି ବାଗଚୀ କହିଛନ୍ତି ।
BREAKING NEWS
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
Comments are closed.