ଭୁବନେଶ୍ୱର: ନିର୍ଭୟରେ ତଥ୍ୟ ଦିଅନ୍ତୁ ନିଜାମୁଦ୍ଧିନ ଫେରନ୍ତା । ୨୪ ଘଂଟା ମଧ୍ୟରେ ସେମାନେ ଆଗେଇ ଆସି ନିଜର ସବୁ ତଥ୍ୟ ସରକାରଙ୍କୁ ଦେବାକୁ ଆହ୍ୱାନ କରିଛନ୍ତି ରାଜ୍ୟ ସରକାରଙ୍କ କୋଭିଡ-୧୯ ମୁଖ୍ୟ ମୁଖପାତ୍ର ସୁବ୍ରୋତ ବାଗଚୀ ।
ସେ କହିଛନ୍ତି ଯେ, ନିଜେ ସଚେତନ ହୁଅନ୍ତୁ ନିଜେ ଆଗକୁ ଆସନ୍ତୁ । କଂଟାକ୍ଟ ଟ୍ରେସିଂ ପର୍ଯ୍ୟନ୍ତ ଯାଆନ୍ତୁ ନାହିଁ । ଆପଣମାନେ ଆଗେଇ ଆସି ନିଜ ବାବଦରେ ଜଣାନ୍ତୁ । ତେବେ କୌଣସି ବ୍ୟକ୍ତି ଯଦି ନିଜାମୁଦ୍ଦିନରୁ ଫେରିଛନ୍ତି କିମ୍ବା ସେମାନଙ୍କ ସହ କୌଣସି ଲୋକ ସଂସ୍ପର୍ଶରେ ଆସିଛନ୍ତି ତେବେ ତାଙ୍କ ମାଆ ଓ ଭଉଣୀମାନେ ସେମାନଙ୍କୁ ବୁଝାନ୍ତୁ ଆଉ ୧୦୪କୁ କଲ କରି ସବିଶେଷ ତଥ୍ୟ ଦିଅନ୍ତୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ନିବେଦନ କରିଥିବା ବାଗଚୀ କହିଛନ୍ତି ।
ସେପଟେ ତବଲିଗ ଜମାତରୁ ଫେରିଥିବା ୨୮ଜଣଙ୍କୁ ରାଜ୍ୟ ସରକାର ଯୋଗାଯୋଗ କରିଛନ୍ତି । ଏମାନଙ୍କ ନମୂନା ପରୀକ୍ଷା ପାଇଁ ପଠାଯାଇଥିଲା । ସେଥିରୁ ୨୫ଟି ନମୂନା ନେଗେଟିଭ ଆସିଥିବା ବେଳେ ୩ ଜଣଙ୍କ ପଜିଟିଭ ଆସିଛି । ତବଲିଗ ଜମାତରୁ ଫେରିଥିବା ଲୋକେ ତୁରନ୍ତ ୧୦୪କୁ ଯୋଗେଯାଗ କରି ରାଜ୍ୟ ସରକାରଙ୍କୁ ସୂଚନା ଦିଅନ୍ତୁ । ଦରକାର ପଡିଲେ ସରକାର ଆପଣଙ୍କ ସମସ୍ତ ଚିକିତ୍ସା ବିନା ଖର୍ଚ୍ଚରେ କରିବେ ବୋଲି ବାଗଚୀ କହିଛନ୍ତି ।
BREAKING NEWS
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
Comments are closed.