ଭୁବନେଶ୍ୱର : ରାଜ୍ୟ ସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ସୁଜିତ କୁମାର। ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିରୁ ନାମାଙ୍କନପତ୍ର ଭରିଥିଲେ ସୁଜିତ୍। ନିର୍ବାଚନ ଜିତିବା ପରେ ସୁଜିତ୍ କହିଛନ୍ତି, ନେତା ବିଜେଡିରୁ ମୁହଁ ଫେରାଇବା ଆରମ୍ଭ କଲେଣି। କଳାହାଣ୍ଡିର ୮୦% ପଞ୍ଚାୟତ ପ୍ରତିନିଧି ବିଜେପିରେ ମିଶି ସାରିଲେଣି। ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ପରେ ସୁଜିତ୍ ସଂସଦରେ କଳାହାଣ୍ଡି ତଥା ଓଡ଼ିଶା ପ୍ରସଙ୍ଗ ଉଠାଇବେ ବୋଲି କହିଛନ୍ତି। ସେ ୨୦୨୬ ଏପ୍ରିଲ ପର୍ଯ୍ୟନ୍ତ ଏହି ପଦରେ ରହିବେ।
ସୂଚନାଯୋଗ୍ୟ, ସୁଜିତ କୁମାରଙ୍କ ଇସ୍ତଫା ପରେ, ଓଡ଼ିଶାରୁ ରାଜ୍ୟସଭାର ଗୋଟିଏ ଆସନ ଖାଲି ପଡ଼ିଥିଲା। ୨୦୨୬ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ସୁଜିତଙ୍କ କାର୍ଯ୍ୟକାଳ ରହିଥିଲା। କିନ୍ତୁ ଏହା ପୂର୍ବରୁ ଗତ ସେପ୍ଟେମ୍ବର ୬ ତାରିଖରେ ପୂର୍ବତନ ରାଜ୍ୟସଭା ସାଂସଦ ସୁଜିତ କୁମାର ଇସ୍ତଫା ଦେବା ପରେ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ।
ତାଙ୍କ ପୂର୍ବରୁ ମମତା ମହନ୍ତ ମଧ୍ୟ ବିଜେଡ଼ିରୁ ଇସ୍ତଫା ଦେଇ ବିଜେପି ପକ୍ଷରୁ ରାଜ୍ୟସଭାକୁ ଯାଇଥିଲେ। ବିଧାନସଭାରେ ସଂଖ୍ୟା ଗରିଷ୍ଠତା ଦୃଷ୍ଟିରୁ ବିଜେପି ପ୍ରାର୍ଥୀ ହିଁ ରାଜ୍ୟସଭାକୁ ଯିବେ ବୋଲି ପୂର୍ବରୁ ଚର୍ଚ୍ଚା ହେଉଥିଲା। ଏକୁଟିଆ ନାମାନଙ୍କନ ପତ୍ର ଭରିଥିବାରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ସୁଜିତ । ଓଡ଼ିଶା ସମେତ ୪ ରାଜ୍ୟରେ ଖାଲିଥିବା ୬ଟି ଆସନରେ ଉପନିର୍ବାଚନ କରିବା ପାଇଁ ପ୍ରକ୍ରିୟା ଚାଲିଛି।
Comments are closed.