ଜାତୀୟ ଇଣ୍ଟରଭେନସନାଲ୍ ରେଡିଓଲୋଜି ସମ୍ମିଳନୀ: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନୂତନ ଅଧ୍ୟାୟ ସୃଷ୍ଟି କରିଛି ସମ୍ ହସ୍ପିଟାଲ
ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଘରୋଇ ଡାକ୍ତରଖାନା ମଧ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ ଓ ସମ୍ ଅଲ୍ଟିମେଟ୍ ମେଡିକେୟାର (ସମ୍ମମ୍) ଦେଶ ତଥା ବିଦେଶରେ ନୂଆ ଅଧ୍ୟାୟ ସୃଷ୍ଟି କରିବାରେ ଲାଗିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସମ୍ମମ୍ ପକ୍ଷରୁ ଆୟୋଜିତ ଜାତୀୟ ଇଣ୍ଟରଭେନସନାଲ୍ ରେଡିଓଲୋଜି ସମ୍ମିଳନୀ ‘ସମମ୍ଇରକନ୍’ ର ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହା କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ।
ସେ ଆହୁରି କହିଛନ୍ତି, ରେଡିଓଲୋଜିର ଦୁଇଟି କ୍ଷେତ୍ର ଇମେଜିଂ ଓ ଇଣ୍ଟରଭେନସନାଲ୍ ପ୍ରକ୍ରିୟା ବ୍ୟାପକ ହେବାରେ ଲାଗିଛି । ଶୀଘ୍ର ରାଜ୍ୟ ସରକାରଙ୍କ ପକ୍ଷରୁ ୨୫୦ଜଣ ରେଡିଓଗ୍ରାଫର ନିଯୁକ୍ତ ହେବେ। ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଅଧିକ ତ୍ୱରାନିତ୍ୱ କ୍ରିୟା କରିବା ଲକ୍ଷ୍ୟରେ ଶୀଘ୍ର ଆୟୁଷ୍ମାନ ଭାରତ ଯୋଜନା ଓ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ଏକତ୍ର କରି ସାଢେ ତିନି କୋଟି ଜନସାଧାରଣଙ୍କୁ ମାଗଣା ସ୍ୱାସ୍ଥ୍ୟସେବା ପ୍ରଦାନ କରାଯିବ। ଏହି ଯୋଜନା ଦ୍ୱାରା ଜନସାଧାରଣ ଦେଶର ୨୭,୦୦୦ ହସ୍ପିଟାଲରେ ମାଗଣା ସ୍ୱାସ୍ଥ୍ୟସେବା ପାଇପାରିବେ ।
ସେହିପରି ସରଭାଇକାଲ୍ କ୍ୟାନସରର ଆଗୁଆ ନିରାକରଣ ପରିପ୍ରେକ୍ଷୀରେ କିଶୋରୀମାନଙ୍କ ଟୀକାକରଣ ନିମନ୍ତେ ରାଜ୍ୟ ସରକାର ଏକ ବଡ କାର୍ଯ୍ୟକ୍ରମ ହାତକୁ ନେବେ ବୋଲି ସେ କହିଛନ୍ତି। ସ୍କୁଲ ଓ କଲେଜମାନଙ୍କରେ ଏହି ଟୀକା ପ୍ରଦାନ ନେଇ ସରକାରଙ୍କ ଯୋଜନା ରହିଛି ବୋଲି ସେ କହିଛନ୍ତି।
ଅନ୍ୟପକ୍ଷରେ ପ୍ରଥମ ଥର ପାଇଁ ସମ୍ମମରେ ଏଭଳି ଜାତୀୟ କର୍ମଶାଳାର ଆୟୋଜନ ଅତ୍ୟାଧୁନିକ ଚିକିତ୍ସା କ୍ଷେତ୍ରରେ ସହାୟକ ହେବ ବୋଲି ପ୍ରଫେସର ମନୋଜରଞ୍ଜନ ନାୟକ କହିଛନ୍ତି।
ଇଂଟରଭେନସନାଲ୍ ରେଡିଓଲୋଜି ଚିିକିତ୍ସା ନିମନ୍ତେ ସମ୍ମମରେ ଏକ ସ୍ୱତନ୍ତ୍ର ବିଭାଗ ରହିଥିବା ସମ୍ମମର ସିଇଓ ଡକ୍ଟର ଶ୍ଵେତପଦ୍ମା ଦାଶ କହିଛନ୍ତି। ଏହି ଚିକିତ୍ସା ଫଳରେ ଜଟିଳ ଅସ୍ତ୍ରୋପଚାର ଗୁଡିକ ବିନା କଟା ଛଟାରେ ସମ୍ଭବ ହୋଇପାରିବ।
ଏହି କାର୍ଯ୍ୟକ୍ରମରେ ସମ୍ମମର ଚିଫ୍ ଅଫ୍ ମେଡିକାଲ୍ ସର୍ଭିସେସ୍ ବ୍ରିଗେଡିଅର ଡାକ୍ତର ବିରାଜ ମୋହନ ମିଶ୍ର, ଡାକ୍ତର ଅଜିତ କୁମାର ଯାଦବ, ଡାକ୍ତର ପ୍ରଫୁଲ୍ଲ କୁମାର ଦାଶ, ଡାକ୍ତର ସତ୍ୟ ସୁନ୍ଦର୍ ଗଜେନ୍ଦ୍ର ମହାପାତ୍ର, ସମ୍ମମ୍ ଆଇଆରକନ୍-୨୦୨୪ ର ଆୟୋଜକ ଅଧ୍ୟକ୍ଷ ଡାକ୍ତର ରଞ୍ଜନ କୁମାର ସାହୁ ଓ ଆୟୋଜକ ସମ୍ପାଦକ ଡାକ୍ତର ସମ୍ବିତ କୁମାର ପଟ୍ଟନାୟକ ବକ୍ତବ୍ୟ ରଖିଥିଲେ ।
Comments are closed.