Latest Odisha News

ଆଭ୍ୟନ୍ତରୀଣ ଓଡ଼ିଶାରେ ଶୁକ୍ରବାର ଠାରୁ ହ୍ରାସ ପାଇବ ରୌଦ୍ରତାପ

ଭୁବନେଶ୍ୱର: ଆସନ୍ତା ଶୁକ୍ରବାର ଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରା ଧିରେ ଧିରେ ହ୍ରାସ ପାଇବ ବୋଲି ଆକଳନ କରିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର।

ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ଶୁକ୍ରବାର ଓ ଶନିବାର ମଧ୍ୟରେ ତାପମାତ୍ରା ୪୦ ଡିଗ୍ରିୀରୁ ଅଧିକା ରହିବାର ସମ୍ଭାବନା ରହିଥିବା ବେଳେ ସୋମବାର ଠାରୁ ତାପମାତ୍ରା ୩୫ ରୁ ୩୭ ଡିଗ୍ରୀ ମଧ୍ୟକୁ ଖସି
ଆସିବ ବୋଲି କେନ୍ଦ୍ର ପକ୍ଷରୁ ଏକ ବୁଲେଟିନରେ କୁହାଯାଇଛି ।

ଏହାଛଡା ଜୁନ୍ ୭ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ତାପମାତ୍ରା ୩୫ ଡିଗ୍ରୀ ମଧ୍ୟରେ ରହିବ ବୋଲି ସୂଚନା ଦିଆଯାଇଛି ।

ଅନ୍ୟପଟେ ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, କନ୍ଧମାଳ, ରାୟଗଡା ଏବଂ କେରାପୁଟ
ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆସନ୍ତା ଶନିବାର ପର୍ଯ୍ୟନ୍ତ କାଳବୈଶାଖୀର ସମ୍ଭାବନା ରହିଛି ।

ସେହପରି ମେ ୩୧ରୁ ଜୁନ୍ ୫ ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.