ଭୁବନେଶ୍ଵର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଆକାଶରେ ହେଉଛି ଅଗ୍ନି ବର୍ଷା । ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଲାଣି । ଆଜିଠୁ ରାଜ୍ଯରେ ସ୍କୁଲ ଛୁଟି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ଯ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି । ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ଶିକ୍ଷାନୁଷ୍ଠାନରେ ଗ୍ରୀଷ୍ମ ଛୁଟି ଘୋଷଣା କରାଯାଇଛି ।
ଆଜି ଠାରୁ ସାରା ରାଜ୍ୟରେ ବନ୍ଦ ରହିବ ସ୍କୁଲ । ଏପ୍ରିଲ ୨୫ ତାରିଖରୁ ରାଜ୍ୟରେ ସ୍କୁଲଗୁଡିକ ବନ୍ଦ ରହିବା ନେଇ ପୂର୍ବରୁ ଘୋଷଣା କରିଥିଲେ ରାଜ୍ୟ ସରକାର । ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଖରା ଛୁଟି ସମୟରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ଯ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ଯ ମାଧ୍ଯମିକ ଶିକ୍ଷା ନିର୍ଦ୍ଦେଶକ ଓ ଉଚ୍ଚ ଶିକ୍ଷା ନିର୍ଦ୍ଦେଶକଙ୍କ ସହ ପ୍ରତ୍ଯକ୍ଷ ତତ୍ତ୍ବାବଧାନରେ ବିଦ୍ଯାଳୟ ପରିଚାଳନା କରାଯିବ ।
ସୂଚନାଯୋଗ୍ୟ ଯେ, ପୂର୍ବରୁ ୩ ଦିନ ପାଇଁ ସାରା ରାଜ୍ୟରେ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା । ଏହାପରେ ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖ୍ ରାଜ୍ୟ ସରକାର ଚଳିତ ଅପ୍ରେଲ ୨୨ ରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ପାଇଁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଖୋଲା ଥିଲା । ତେବେ ଆଜିଠୁ ସ୍କୁଲ ଛୁଟି ।
Comments are closed.