Latest Odisha News

BREAKING NEWS

ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର, ଆସନ୍ତାକାଲିଠୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଆଗୁଆ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ସରକାର । ଶୁକ୍ରବାରଠାରୁ ରାଜ୍ୟର ସମସ୍ତ ସରକାରୀ ବେସରକାରୀ ସ୍କୁଲ ଛୁଟି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍‌କୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର  ।

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ସ୍କୁଲ ଛୁଟି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗ୍ରୀଷ୍ମକାଳୀନ ଛୁଟି କେତେ ଦିନ ରହିବ ଖୁବଶୀଘ୍ର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବ । ଖରା ପ୍ରକୋପକୁ ନେଇ ପୂର୍ବରୁ ୨ ଦିନ ଯାଏ ସ୍କୁଲ ଛୁଟି କରାଯାଇଥିଲା । ଏନେଇ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ସରକାର । ଏଥିସହ ପ୍ରି-ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ମଧ୍ୟ ଛୁଟି ଘୋଷଣା ହୋଇଥିଲା। ତେବେ ଚଳିତ ମାସରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦ୍ବିତୀୟଥର ଲାଗି ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲା। ପୂର୍ବରୁ ରାଜ୍ୟ ସରକାର ଏପ୍ରିଲ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିଥିଲେ।

Leave A Reply

Your email address will not be published.