Latest Odisha News

ଆଜିଠୁ ହାଇକୋର୍ଟର ଗ୍ରୀଷ୍ମକାଳୀନ ଅବକାଶ; ଚାଲିବ ଜରୁରୀ କାଳୀନ ମାମଲାର ଶୁଣାଣି

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଲା ହାଇକୋର୍ଟର ଗ୍ରୀଷ୍ମକାଳୀନ ଅବକାଶ  । ଆଜିଠୁ ଅର୍ଥାତ ମେ’ ୨୨ରୁ  ଜୁନ ୨୦ ତାରିଖ ପର୍ଯ୍ୟନ୍ତ ଛୁଟି ରହିବ ଓଡ଼ିଶା ହାଇକୋର୍ଟ ।   ତେବେ ଛୁଟି ମଧ୍ୟରେ ଜରୁରୀ ମାମଲାର ଶୁଣାଣି କରାଯିବ ।  ହାଇକୋର୍ଟଙ୍କ ଅବକାଶକାଳୀନ ଖଣ୍ଡପୀଠ ଜରୁରୀ କାଳୀନ ମାମଲାର ଶୁଣାଣି କାର୍ଯ୍ୟ କରିବେ ।

ଛୁଟି ଦିନରେ ଅବକାଶକାଳୀନ ଖଣ୍ଡପୀଠ ଆସନ୍ତାକାଲି ଓ ୨୫ତାରିଖରେ ଜଷ୍ଟିସ କେଆର ମହାପାତ୍ର ଓ ଜଷ୍ଟିସ ଏମଏସ ସାହୁଙ୍କ ଦୁଇଜଣିଆ ଖଣ୍ଡପୀଠ ସମେତ ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଜଣକିଆ ଖଣ୍ଡପୀଠରେ ଜରୁରୀ ମାମଲାର ଶୁଣାଣି ହେବ।

ସେହିପରି ମେ’ ୩୦ତାରିଖରେ ଦୁଇଜଣିଆ ଖଣ୍ଡପୀଠ ଜଷ୍ଟିସ କେଆର ମହାପାତ୍ର ଓ ଜଷ୍ଟିସ ଏମଏସ୍ ସାହୁ ଏବଂ ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ,  ଜୁନ୍ ୧ରେ ଜଷ୍ଟିସ ଏସକେ ସାହୁ ଓ ଜଷ୍ଟିସ ଏମଏସ ରମଣଙ୍କ ଦୁଇଜଣିଆ ଖଣ୍ଡପୀଠ ଏବଂ ଜଷ୍ଟିସ ବିପି ରାଉତରାୟ ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ ।

ସୂଚନାଥାଉ କି, ଅବକାଶକାଳୀନ ଖଣ୍ଡପୀଠ କାଲି ସମେତ ୨୫,୩୦ ଓ ଜୁନ୍ ୧,୬,୮,୧୨ ଓ ୧୩ତାରିଖରେ ଜରୁରୀମାମଲାର ଶୁଣାଣି କରିବେ ।

Comments are closed.