ବରୀ : ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ଦଳରେ ସେ ୫ ମାସ ହେଲା ଦଳରେ ଅଣଦେଖା ହୋଇ ରହିଥିବା ଇସ୍ତଫା ପତ୍ରରେ ଅଭିଯୋଗ କରିଛନ୍ତି। ସେ ବିଜେପିରେ ଯୋଗ ଦେବା ନେଇ ଚର୍ଚ୍ଚା ହେଉଛି।
ସୂଚନାଯୋଗ୍ୟ, ସୁନନ୍ଦା ଦାସ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଧାୟକ ଥିଲେ। ତେବେ ୨୦୨୪ ନିର୍ବାଚନରେ ତାଙ୍କୁ ବିଜେଡି ଟିକେଟ ଦେଇ ନଥିଲା। ତାଙ୍କ ବଦଳରେ ବିଜେପି ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିବା ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ବିଜେଡି ଟିକେଟ ଦେଇଥିଲା। ବିଶ୍ୱରଞ୍ଜନ ଏହି ନିର୍ବାଚନରେ ବିଜୟୀ ମଧ୍ୟ ହୋଇଛନ୍ତି।
Comments are closed.