Latest Odisha News

ପ୍ରଥମ ପର୍ଯ୍ୟାୟ କୋଭିଡ୍ ଟିକାକରଣ ପାଇଁ ସୁନ୍ଦରଗଡ଼ ପ୍ରସ୍ତୁତ, ୮ଟି କେନ୍ଦ୍ରରେ ଦିଆଯିବ ଟିକା

ସୁନ୍ଦରଗଡ଼ : ଆସନ୍ତାକାଲିଠାରୁ ପ୍ରଥମ ପର୍ଯ୍ୟାୟ କୋଭିଡ୍ ଟିକାକରଣ ଆରମ୍ଭ ହେଉଛି। ଏହି ପ୍ରକ୍ରିୟାରେ ସୁନ୍ଦରଗଡ଼ ଜିଲ୍ଲା ମଧ୍ୟ ସାମିଲ ହୋଇଛି। ଜିଲ୍ଲାରେ ୮ଟି କେନ୍ଦ୍ର କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାକୁ ୧୧ ହଜାର ୫୦ଟି ଟିକା ଆସିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଏହି ଟିକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଏପଟେ ସୁନ୍ଦରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏଥିରେ ଜିଲ୍ଲାପାଳ ଓ ସିଡିଏମଓଙ୍କ ସହିତ ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ରହିବେ।

ଆସନ୍ତାକାଲି ୧୦୦ ଜଣ ଆଗଧାଡ଼ିର ସ୍ୱାସ୍ଥ୍ୟ କର୍ମୀମାନଙ୍କୁ ଟିକା ଦିଆଯିବ ବୋଲି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସରୋଜ କୁମାର ମିଶ୍ର ସୂଚନା ଦିଇଛନ୍ତି ।

Leave A Reply

Your email address will not be published.