ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ପ୍ରଫେସର ସୁନୀଲକାନ୍ତ ବେହେରାଙ୍କ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର ସହର ହିଲପାଟଣାସ୍ଥିତ ଗୋପବନ୍ଧୁ ନଗର ନିଜ ବାସ ଭବନରେ ହୃଦ୍ଘାତରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା। ପାଖରେ ପତ୍ନୀ ସଂଘମିତ୍ରା ବକ୍ସିପାତ୍ର ଉପସ୍ଥିତ ଥିଲେ। ପ୍ରଫେସର ବେହେରାଙ୍କ ପରଲୋକ ଖବର ପ୍ରସାର ହେବା ପରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ସାମ୍ବାଦିକତା ଗଣ ଯୋଗାଯୋଗ ବିଭାଗର ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକାମାନେ ବାସଭବନରେ ପହଞ୍ଚି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ।
ଅନେକ ବର୍ଷ ପର୍ଯ୍ୟନ୍ତ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ଗଣ ଯୋଗାଯୋଗ ବିଭାଗରେ ଦୀର୍ଘବର୍ଷ ଅଧ୍ୟାପନା କରିବା ପରେ ଗତ ୨୦୧୫ମସିହାରେ ଅବସର ନେଇଥିଲେ। ପରେ ଆସାମର ତେଜପୁର କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ ଗଣ ଯୋଗାଯୋଗ ବିଭାଗର ଡ଼ିନ୍ ଭାବରେ ଯୋଗ ଦେଇଥିଲେ। ଗତ ଗତବର୍ଷ ସେଠାରୁ ଅବସର ନେବା ପରେ କୋରାପୁଟ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର ଭିଜିଟିଂ ପ୍ରଫେସର ଭାବରେ କାର୍ଯ୍ୟ କରୁଥିଲେ। ଦୁଇମାସ ପୂର୍ବେ ପ୍ରଫେସର ବେହେରା ମୃତ୍ୟୁ ପରେ ତାଙ୍କ ଶରୀର ଡ଼ାକ୍ତରୀ ଗବେଷଣା ପାଇଁ ଦାନ କରିବାକୁ ଇଛାପତ୍ର ସ୍ବାକ୍ଷର କରିଥିଲେ। ବାଙ୍ଗାଲୋରରେ ରହୁଥିବା ପୁଅ, ଝିଅ ଫେରିବା ପରେ ତାଙ୍କ ମୃତଦେହକୁ ଏମ୍କେସିଜି ମେଡ଼ିକାଲର ଆନାଟୋମି ବିଭାଗକୁ ଦାନ କରାଯିବ ବୋଲି ପରିବାର ସୂତ୍ରରୁ ସୂଚନା ମିଳିଛି।
BREAKING NEWS
- ଶ୍ରୀମନ୍ଦିରରେ ମା’ ବିମଳା ଦେବୀଙ୍କ ବିଶେଷ ନୀତି; କାଲି ସକାଳ ୮ଟାରୁ ଦର୍ଶନ ଆରମ୍ଭ
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ

Comments are closed.