ନୂଆଦିଲ୍ଲୀ: ଫେରିବେ ମହାକାଶଚାରୀ ସୁନୀତା ୱିଲିୟମ୍ସ । ଆରମ୍ଭ ହେଲା କାଉଣ୍ଟ ଡାଉନ । ସୁନୀତାଙ୍କୁ ମହାକାଶରୁ ଫେରାଇ ଗଲା କ୍ରୁ-୯ । ସୁନୀତା ଯାଇଥିବା ମହାକାଶଯାନ ବୋଇଂ ଷ୍ଟାରଲାଇନ୍ରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିବାରୁ ଗତ ୬ ଜୁନ ୨୦୨୪ରୁ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରେ ଫସିରହିଛନ୍ତି ସୁନୀତା ୱିଲିୟମ୍ସ ଓ ତାଙ୍କ ସହଯୋଗୀ ।
ଦୀର୍ଘ ଦିନ ଧରି ମହାକାଶରେ ଫସି ରହିଥିବା ମହାକାଶଚାରୀ ସୁନୀତାଙ୍କୁ ଫେରାଇ ଆଣିବା ପାଇଁ କ୍ରୁ-୯ ଅଭିଯାନ ଆରମ୍ଭ ହୋଇଛି। ଫ୍ଲୋରିଡାର କେପ୍ କାନାଭେରାଲ ସ୍ପେସ୍ ସେଣ୍ଟରରୁ ନାସାରା କ୍ରୁ-୯ ସଫଳତାର ସହ ଉତ୍କ୍ଷେପଣ ହୋଇଥିବା ନେଇ ସୂଚନା ଦେଇଛି ନାସା । ଆସନ୍ତା ୩୦ ତାରିଖରେ ରତୀୟ ସମୟ ଭୋର ୩ଟା ସମୟରେ ଏହି ଯାନ ଇଣ୍ଟରନାସନାଲ ସ୍ପେଶ ଷ୍ଟେସନରେ ଓହ୍ଲାଇବ । ଯାନରେ ଦୁଇଟି ସିଟ୍ ଫାଙ୍କା ରଖାଯାଇଛି ।
ନାସା ମହାକାଶଚାରୀ ନିକ୍ ହେଗ୍ ଏହି ମିଶନର ନେତୃତ୍ୱ ନେଉଥିବାବେଳେ ରୁଷିଆର ରସ୍କୋସ୍ମୋସ୍ ମହାକାଶଚାରୀ ଆଲେକସାନ୍ଦ୍ର ଗୋର୍ବୁନୋଭ ମିଶନ ସ୍ପେଶାଲିଷ୍ଟ ଭାବେ ତାଙ୍କୁ ସହଯୋଗ କରିବେ। ଆସନ୍ତା ବର୍ଷ ଫେବୃଆରୀରେ ହେଗ୍ ଓ ଗୋର୍ବୁନୋଭଙ୍କ ସହ ସୁନୀତା ଓ ବୁଚ୍ ମଧ୍ୟ ଡ୍ରାଗନ୍ କ୍ୟାପସୁଲ ଯୋଗେ ପୃଥିବୀ ଫେରି ଆସିବେ। ଏହା ସହ କ୍ରିଉ-୯ ମିଶନ ଶେଷ ହେବ ବୋଲି ନାସା ସୂଚନା ଦେଇଛି। ତେବେ କ୍ରୁ- ୯ ଆସିବା ପୂର୍ବରୁ କୌଣସି ଜରୁରୀ ପରିସ୍ଥିତି ସୃଷ୍ଟି ହେଲେ କ୍ରୁ-୮ କ୍ରାଡଗ୍ କ୍ୟାପସୁଲ ବ୍ୟବହାର କରାଯିବ ବୋଲି କହିଛି ନାସା ।
Comments are closed.