Latest Odisha News

BREAKING NEWS

ରାଶନ କାର୍ଡକୁ ନେଇ ଅପଡେଟ୍ ଦେଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର: ରାସନ୍ କାର୍ଡ ସହ ଇ-କେୱାଇସିକୁ ନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରୋଜଗାର କମ ଥିବା ଲୋକଙ୍କ ରାଶନ କାର୍ଡ କଟିବନି, କେବଳ ବଡ଼ ଚାକିରି କରିଥିବା ଲୋକଙ୍କ କାର୍ଡ କଟିବ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି ।

ମନ୍ତ୍ରୀ ଆହୁରି କହିଛନ୍ତି ଯେ, ୨୦ ମାର୍ଚ୍ଚ ସୁଦ୍ଧା ୩ କୋଟି ୧ ଲକ୍ଷ ୯୨ ହଜାର ୩୨୭ ଜଣ ସଫଳ ଭାବେ ଇ-କେୱାଇସି କରିଛନ୍ତି । ରାଜ୍ୟ ବାହାରେ କାମ କରୁଥିବା ୧ ଲକ୍ଷ ୩୯ ହଜାର ୪୯୩ ଜଣ ଇ-କେୱାଇସି କରିଛନ୍ତି । ବର୍ତ୍ତମାନ ସୁଦ୍ଧା ୯୧ ପ୍ରତିଶତ ଲୋକଙ୍କ ଇ-କେୱାଇସି ଯାଞ୍ଚ ସରିଯାଇଛି । ୪ ଲକ୍ଷ ୩୧ ହଜାର ୮୪୬ ଜଣ ମୃତ ବା ଭୂତ ହିତାଧିକାରୀଙ୍କୁ କଟାଯାଇଛି ।

ବିରୋଧୀ ଭୟ କରୁଛନ୍ତି ଯେ, ସମସ୍ତଙ୍କ କାର୍ଡ କଟିଯିବ । କିନ୍ତୁ ଏହା ଭୁଲ୍‌ ଧାରଣା । ପୂର୍ବ ସରକାର ସମୟରେ ସବୁ ଢିଲା ଥିଲା । ଗ୍ରାମାଞ୍ଚଳରେ ୧୦ ହଜାର ଏବଂ ସହରାଞ୍ଚଳରେ ୧୫ ହଜାର ଟଙ୍କା ପାଉଥିବା ଲୋକଙ୍କ ରାସନ କାର୍ଡ ମିଳିବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି ।

ରାଜ୍ୟ ସରକାର ରାଶନ ସାମଗ୍ରୀ ବଣ୍ଟନ ପାଇଁ ସମୟ ନିର୍ଘଣ୍ଟ ଜାରି କରିଛନ୍ତି । ଗ୍ରୀଷ୍ମପ୍ରବାହ ପାଇଁ ସକାଳ ୭ରୁ ୧୦, ସଂଧ୍ୟା ୫ରୁ ୮ଟା ଯାଏ ବଣ୍ଟନ ହେବ । ଏହାସହ ପାନୀୟ ଜଳ, ଓଆରଏସ ମହଜୁଦ ରଖିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦିଆଯାଇଛି ।

Comments are closed.