ନୂଆଦିଲ୍ଲୀ: କୋଟିଆରେ ଆନ୍ଧ୍ର ପଞ୍ଚାୟତ ନିର୍ବାଚନ କରିବା ପ୍ରସଙ୍ଗରେ ଓଡ଼ିଶାର ଆବେଦନକୁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ । ମୁଖ୍ୟ ବିଚାରପତି ମାମଲାର ଶୁଣାଣି କରିବା ପାଇଁ ଆସନ୍ତାକାଲିକୁ ଦିନ ଧାର୍ଯ୍ୟ କରିଛନ୍ତି । ମାମଲାର ଜରୁରୀ ଶୁଣାଣି ପାଇଁ ଆବେଦନ କରିଥିଲେ ଓଡ଼ିଶା ସରକାର । ଆନ୍ଧ୍ରପ୍ରଦେଶ ଅଦାଲତଙ୍କ ଆଦେଶ ଅବମାନନା କରୁଥିବା ନେଇ ପିଟିସନରେ ଉଲ୍ଲେଖ ରହିଛି ।

ଆନ୍ଧ୍ର ପ୍ରଦେଶ ଅଦାଲତ ଅବମାନନା କରୁଥିବା ଅଭିଯୋଗ କରିବା ସହ ମାମଲାର ଜରୁରୀ ଶୁଣାଣି ପାଇଁ ଆବେଦନ କରିଥିଲେ ରାଜ୍ୟ ସରକାର । ଏଥିରେ ଆନ୍ଧ୍ରପ୍ରଦେଶ ମୁଖ୍ୟ ଶାସନ ସଚିବ ଆଦିତ୍ୟନାଥ ଦାସ, ବିଜୟନଗରମ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ କର୍ତ୍ତୃପକ୍ଷ ଡକ୍ଟର ଏମ.ଏଚ.ଜୱାହରଲାଲ, ଆନ୍ଧ୍ର ପ୍ରଦେଶ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଡକ୍ଟର ଏନ୍. ରମେଶକୁମାରଙ୍କୁ ପକ୍ଷଭୁକ୍ତ କରାଯାଇଥିଲା।

ପିଟିସନରେ ଓଡ଼ିଶା ସରକାର ଉଲ୍ଲେଖ କରିଛନ୍ତି ଯେ, ସୁପ୍ରିମକୋର୍ଟ ୧୯୬୮ ଓ ୨୦୦୬ ମସିହାରେ ସ୍ଥିତାବସ୍ଥା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଆନ୍ଧ୍ର ପ୍ରଦେଶ ସରକାର ଆଦେଶକୁ ଉଲ୍ଲଂଘନ କରିଛନ୍ତି । ଆସନ୍ତା ୧୩ ଏବଂ ୧୭ ତାରିଖରେ କୋଟିଆର ତିନିଟି ଗ୍ରାମରେ ନିର୍ବାଚନ କରିବାକୁ ଆନ୍ଧ୍ର ଘୋଷଣା କରିଥିବାରୁ ମାମଲାର ତୁରନ୍ତ ଶୁଣାଣି ହେବ ।
BREAKING NEWS
- Naxalites Surrender: ‘ଲାଲ ଆତଙ୍କ’ଉପରେ ପ୍ରହାର: ୮ଲକ୍ଷ ପୁରସ୍କାର ରାଶି ଥିବା ୪ ମାଓବାଦୀଙ୍କ ଆତ୍ମସମର୍ପଣ
- ଏଣିକି ମହାପ୍ରୟାଣ ପରିବର୍ତ୍ତେ ‘୧୦୯ ନମ୍ବର’ ଗାଡି ବ୍ୟବହାର କରାଯିବ: ସ୍ବାସ୍ଥ୍ୟମନ୍ତ୍ରୀ
- ୧୯ ବର୍ଷରୁ କମ ମହିଳା ଫୁଟବଲ: ଭାରତୀୟ ଦଳରେ ସ୍ଥାନ ପାଇଲେ ଓଡିଶାର ଆକାଶୀ
- ରଣଜୀ ଟ୍ରଫି: ଓଡିଶା ବିପକ୍ଷରେ ଝାରଖଣ୍ଡ ୩୮ ରନରେ ପଛୁଆ
- ବଲିଉଡ ଫିଲ୍ମ କାହିଁକି ଶୁକ୍ରବାର ଦିନ ରିଲିଜ୍ ହୁଏ ?
- CBI Raid: ୭୫ ହଜାର ଟନ୍ କୋଇଲାର ମିଳୁ ନାହିଁ ହିସାବ; MCLରେ ସିବିଆଇର ତନାଘନା
- ରାଜ୍ୟର ସହରାଞ୍ଚଳରେ ପାର୍କର ବଦଳିବ ରୂପରେଖ: ନଗର ଉନ୍ନୟନ ମନ୍ତ୍ରୀ
- ଟି୨୦ ବିଶ୍ୱକପ କ୍ରିକେଟ: ଘୋଷଣା ହେଲା ମ୍ୟାଚ ଅଫିସିଆଲଙ୍କ ନାମ, ୨ଜଣ ଭାରତୀୟ ସାମିଲ
- Black Tigers: ରାଜ୍ୟରେ ବଢିଛି କଳା ବାଘଙ୍କ ସଂଖ୍ୟା..
- First newspaper in india: ଭାରତର ପ୍ରଥମ ଖବରକାଗଜ…ଦୋହଲାଇ ଦେଇଥିଲା ବ୍ରିଟିଶ ଶାସନର ମୂଳଦୁଆ
Comments are closed.