Latest Odisha News

କୋଲକତା ଲଜ୍ଜା: ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

କୋଲକାତା: କୋଲକତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ l ଯଥାଶୀଘ୍ର କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ l କାଲି ସଂଧ୍ୟା ୫ଟା ସୁଦ୍ଧା କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ l ତେବେ ଯଦି ନିର୍ଦ୍ଦେଶର ଅବମାନନା ହୁଏ ତେବେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହୋଇପାରେ ବୋଲି କହିଛନ୍ତି ସୁପ୍ରିମକୋର୍ଟ l ସେପଟେ ପୀଡ଼ିତାଙ୍କ ସମସ୍ତ ଫଟୋ ସୋସିଆଲ୍ ମିଡିଆରୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ l

ଆଜି ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ବିଚାରପତି ଜେ.ବି. ପାର୍ଡିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ମାମଲାର ଶୁଣାଣି କରିଥିଲେ । ଶୁଣାଣି ବେଳେ ପ୍ରଧାନ ବିଚାରପତି କହିଥିଲେ, ସିବିଆଇ ଏକ ଷ୍ଟାଟସ ରିପୋର୍ଟ ଦାଖଲ କରିଛି। ତଦନ୍ତ ଚାଲିଥିବା ନେଇ ରିପୋର୍ଟରେ କୁହାଯାଇଛି। କିନ୍ତୁ ସିବିଆଇ ଏକ ନୂଆ ଷ୍ଟାଟସ ରିପୋର୍ଟ ଦାଖଲ କରୁ। ସେଥିପାଇଁ ସିବିଆଇକୁ ତଦନ୍ତ ପାଇଁ ଆଉ ସପ୍ତାହେ ସମୟ ଦେଇଛନ୍ତି ସୁପ୍ରିମକୋର୍ଟ l ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଏହାର ସମୀକ୍ଷା କରାଯିବ। ସିବିଆଇ ମାମଲା ହାତକୁ ନେଇଥିବାରୁ ସେଥିରେ ସର୍ବୋଚ୍ଚ ଅଦାଲତ ହସ୍ତକ୍ଷେପ କରିବେ ନାହିଁ ବୋଲି ପ୍ରଧାନ ବିଚାରପତି କହିଥିଲେ। ଏଥିସହିତ ହସ୍ପିଟାଲ ପରିସରରେ ମୁତୟନ ହୋଇଥିବା ସିଆଇଏସ୍‌ଏଫ୍‌ଙ୍କୁ ରହିବା ପାଇଁ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ପଶ୍ଚିମବଙ୍ଗ ଗୃହ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ଆଜି ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପୀଡ଼ିତାଙ୍କ ସମସ୍ତ ଫଟୋ ସୋସିଆଲ ମିଡିଆରୁ ହଟାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Comments are closed.