Latest Odisha News

କେଜ୍ରିୱାଲଙ୍କୁ ମିଳିଲାନି ଜାମିନ; ଅଗଷ୍ଟ ୨୩ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ପୁଣି ନିରାଶ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ୍ । ଆଜି ବି ତାଙ୍କୁ ମିଳିଲାନି ଜାମିନ୍ । ଦିଲ୍ଳୀ ମଦ ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟ ଆଜି କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି । ଜଷ୍ଟିସ ସୂର୍ଯ୍ୟକାନ୍ତ ଏବଂ ଉଜଲ ଭୁୟାଙ୍କ ଦ୍ବାରା ଗଠିତ ଏକ ଖଣ୍ଡପୀଠ ଏ ନେଇ ରାୟ ପ୍ରକାଶ କରିଛନ୍ତି ।

କେଜ୍ରିଓ୍ବାଲଙ୍କ ଓକିଲ ଅଭିଷେକ ମନୁ ସିଂଘବି କୋର୍ଟରେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ଅନୁରୋଧ କରିଥିଲେ । ହେଲେ ଏହା ଉପରେ କୋର୍ଟ କହିଛନ୍ତି, ଆମେ କୌଣସି ମଧ୍ୟବର୍ତ୍ତୀକାଳୀନ ଜାମିନ ଦେଇ ପାରିବୁ ନାହିଁ । ଏହା ସହ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୨୩ ହେବା ନେଇ ପାଇଁ ଦିନ ଧାର୍ଯ୍ୟ କରିଛନ୍ତି ।

Comments are closed.