ନୂଆଦିଲ୍ଲୀ: ପ୍ରବର୍ତନ ନିର୍ଦ୍ଦେଶାଳୟର କାର୍ଯ୍ୟକଳାପକୁ ବିରୋଧ କରି ସରକାରଙ୍କ ଟାର୍ଗେଟ କରୁଥିବା ଅଭିଯୋଗକାରଙ୍କୁ ଆଜି ଶକ୍ତ ଧକା ଲାଗିଛି । ସୁପ୍ରିମକୋର୍ଟ ସମସ୍ତ ଆବେଦନକୁ ଖାରଜ କରିବା ସହ ଇଡି କ୍ଷମତାକୁ ବଳବତର ରଖିଛନ୍ତି । ମନି ଲଣ୍ଡରିଂ ଆକ୍ଟର ବ୍ୟବସ୍ଥାର ସାମ୍ବିଧାନିକତାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ୧୦୦ରୁ ଅଧିକ ଆବେଦନ କରାଯାଇଥିଲା । ଏଥିରେ କଂଗ୍ରେସ ନେତା କୀର୍ତି ଚିଦାମ୍ବରମ, ଏନସିପି ନେତା ଅନୀଲ ଦେଶମୁଖ ପ୍ରମୁଖ ରହିଥିଲେ । ଏହାର ଶୁଣାଣୀ କରି ସୁପ୍ରିମକୋର୍ଟ କହିଛନ୍ତି ୨୦୧୮ରେ ଆଇନରେ କରାଯାଇଥିବା ସଂଶୋଧନ ସଠିକ । ଏନଫୋର୍ସମେଂଟ କେସ ସୂଚନା ରିପୋର୍ଟ ଏଫଆଇଆର ସହ ଯୋଡା ହୋଇପାରିବ ନାହିଁ । ଅଭିଯୁକ୍ତଙ୍କୁ ଇସିଆଇଆର କପି ଦେବା ମଧ୍ୟ ଜରୁରୀ ନୁହେଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି । ୧୭ ବର୍ଷ ପୂର୍ବେ ପିଏମଏଲଏ ଆକ୍ଟ ଲାଗୁ ହୋଇଥିଲା । ୫୪୨୨ ମାମଲାରୁ କେବଳ ୨୩ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଏକ ଲକ୍ଷ କୋଟିରୁ ଅଧିକ ମୂଲ୍ୟର ସମ୍ପତି ଇଡି ସଲଗ୍ନ କରିଛି । ସୁପ୍ରିମକୋର୍ଟ ବରିଷ୍ଠ ଆଇନଜୀବୀ କପିଳ ସିବଲ ଓ ଅଭିଷେକ ମନୁ ସିଂଘଭୀଙ୍କ ସମେତ ଅନ୍ୟମାନେ ଏହି ମାମଲାରେ ପକ୍ଷ ଉପସ୍ଥାପନ କରିଥିଲେ ।
BREAKING NEWS
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ
- ରାଜଧାନୀ ଉପକଣ୍ଠରେ ବେଆଇନ ଗ୍ୟାସ୍ କାରବାରର ପର୍ଦ୍ଦାଫାଶ: ୭୯ଟି ଏଲପିଜି ସିଲିଣ୍ଡର ଜବତ
- ଆଇଟି କ୍ଷେତ୍ରରେ ଓଡ଼ିଶାକୁ ବଡ଼ ସଫଳତା: ୨୨ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏଆଇ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ
- ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଗର୍ଜିଲା ହିଟ୍ମ୍ୟାନ୍ଙ୍କ ବ୍ୟାଟ୍: ଶତକ ହାସଲ ପରେ ପଡ଼ିଆ ମଝିରେ ନାଚିଲେ ରୋହିତ
- ପାକିସ୍ତାନରେ ଆତଙ୍କବାଦର ତାଣ୍ଡବ: ମାତ୍ର ୯ ମାସରେ ଟଳିଲେଣି ୧୦୦୦ରୁ ଅଧିକ ସୈନ୍ୟ

Comments are closed.