Latest Odisha News

BREAKING NEWS

ନିଆରା ଅନ୍ଦାଜରେ ଗୀତ ଗାଇଲେ ବିଧାୟକ ସୁର ରାଉତରାୟ

ଭୁବନେଶ୍ୱର: ପ୍ରଥମ ଥର ପାଇଁ ରାପ ଗୀତ ଗାଇଲେ ବିଧାୟକ ସୁର ରାଉତରାୟ।

ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଜାପାନୀ ଭାଇଙ୍କ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି।

ନିଜର ବେଫିକର ଅନ୍ଦାଜ଼, ବିତର୍କିତ ବୟାନବାଜି, ନିଜସ୍ୱ ନିଆରା ଶୈଳୀ ସାଙ୍ଗକୁ କୌତୁକିଆ ମିଜାଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହି ଆସିଥିବା ଏହି ବିଧାୟକ ଜଣକ ଗୀତର କିଛି ରାପ ଅଂଶ ଗାଇଛନ୍ତି।

ଅରମାନ ମ୍ୟୁଜିକ ପ୍ରଯୋଜିତ ଏ ଗୀତଟିକୁ ଲେଖିଛନ୍ତି ତପୁ ନାୟକ। ସୁରଙ୍କ ସହିତ ଏହି ଗୀତରେ କଣ୍ଠଦାନ କରିଛନ୍ତି ଲୋପାମୁଦ୍ରା ନାୟକ ଓ ଜ୍ୟୋତିର୍ମୟୀ।

କେବଳ ଯେ ସୁର ରାଉତରାୟ ତା’ନୁହେଁ ତାଙ୍କ ପୂର୍ବରୁ ବିଧାୟକ ତାରାପ୍ରସାଦ ବାହିନୀପତି ମଧ୍ୟ ଗୀତ ଗାଇ ଚର୍ଚ୍ଚାରେ ରହିଥିଲେ।

ଏ ଗୀତର ଶୀର୍ଷକ ‘ରଙ୍ଗବତୀ’। ହେଲେ ଏ‌ହାର ପ୍ରସିଦ୍ଧ ସମ୍ବଲପୁରୀ ରଙ୍ଗବତୀ ଗୀତ ସହିତ କୌଣସି ସମ୍ପର୍କ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଜାପାନୀ ଭାଇ।

 

Comments are closed.