Latest Odisha News

BREAKING NEWS

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

କୋଣାର୍କ: ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ଦେହାନ୍ତ। କାକଟପୁରର ପୂର୍ବତନ ବିଜେଡି ବିଧାୟକ ଥିଲେ ସୁରେନ୍ଦ୍ରନାଥ ନାୟକ । ୯୩ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ ସୁରେନ୍ଦ୍ର।

କାକଟପୁରରୁ ସେ ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏଥିସହ ସେ କୃଷି, ରାଜସ୍ୱ ଓ ଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟଭାର ତୁଲାଇଥିଲେ। ବିଜେଡି ସରକାର ଥିବା ସମୟରେ ସେ ଅନେକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରିଥିଲେ। କୁହାଯାଇପାରେ ଓଡ଼ିଶା ରାଜନୀତିରେ ସୁରନାୟକଙ୍କର ଯୁଗର ଅନ୍ତ ହୋଇଛି। କାରଣ ସୁରନାୟକ ବିଜୁବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ପ୍ରାୟତଃ ୪୦ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି କାକଟପୁର ପାଇଁ ପ୍ରତିନିଧିତ୍ୱ କରୁଥିଲେ। ୧୯୭୭ ମସିହାରେ ଶ୍ରୀ ନାୟକ ଥିଲେ ବିଧାନସଭାର ଉପବାଚସ୍ପତି

ଉଲ୍ଲେଖଯୋଗ୍ୟ, ମସ୍ତିଷ୍କାଘାତରେ ଆକ୍ରାନ୍ତ ହୋଇ ୨୦୧୯ ମସିହାରୁ ଶ୍ରୀ ନାୟକ ଅସୁସ୍ଥ ଥିଲେ। ଅସୁସ୍ଥତା ସତ୍ତ୍ୱେ ନିଜର ପୂର୍ବ ନିର୍ବାଚନମଣ୍ଡଳୀ କାକଟପୁର, ଅସ୍ତରଙ୍ଗ ସମେତ ଅନ୍ୟ ଅଞ୍ଚଳର ବନ୍ଧୁମାନଙ୍କ ସହିତ ସେ ସଂପର୍କରେ ରହିଥିଲେ। ଅନ୍ୟପଟେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ଼ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।

Leave A Reply

Your email address will not be published.