Latest Odisha News

BREAKING NEWS

ସୁରେଶ ମହାପାତ୍ର ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍ ଅଫିସର ସୁରେଶ ମହାପାତ୍ର ହେବେ ନୂଆ ମୁଖ୍ୟ ଶାସନ ସଚିବ। ତାଙ୍କ ନାଁରେ ଆଜି ବିଦ୍ଧିବଦ୍ଧ ମୋହର ଲାଗିଛି । ଆସନ୍ତା  ୩୧ ତାରିଖରେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଅବସର ନେବେ। ତେଣୁ ତାଙ୍କ ସ୍ଥାନରେ ସୁରେଶ ମହାପାତ୍ରଙ୍କୁ ଏହି ଦାୟିତ୍ୱ ଦିଆଯାଇଛି ।

ସେପଟେ ଅସିତ୍ ତ୍ରିପାଠୀ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି । ଏଥି ସହ ମୁଖ୍ୟମନ୍ତ୍ରୀଙ୍କ ପ୍ରଧାନ ଉପଦେଷ୍ଟା ଭାବେ ବି ଦାୟିତ୍ବ ତୁଲାଇବେ । ଆଞ୍ଚଳିକ ପରିଷଦ, ପର୍ଯ୍ୟଟନ,ଶିଳ୍ପ, କୃଷି ସମେତ କିଛି ବିଭାଗର ବି ମୁଖ୍ୟ ପରାମର୍ଶଦାତା ରହିବେ ।  ଅନ୍ୟପଟେ ପ୍ରଦୀପ ଜେନାଙ୍କୁ ଉନ୍ନୟନ କମିଶନର ଦାୟିତ୍ୱ ମିଳିଛି  ।

Leave A Reply

Your email address will not be published.