Latest Odisha News

BREAKING NEWS

ଯାଜପୁରରେ ହଇଜା ସମ୍ପର୍କରେ ରୋଗୀଙ୍କୁ ପଚାରି ବୁଝିଲେ ସୂର୍ଯ୍ୟାବଂଶୀ ସୂରଜ

ଯାଜପୁର: ଯାଜପୁରରେ ହଇଜା ଝାଡାବାନ୍ତି ବ୍ୟାପିବା ୧୦ଦିନରେ ପହଞ୍ଚିଲା ବେଳେ ଜିଲ୍ଲା ପ୍ରଶାସନ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ଦେଖାଦେଇଛି । ଯାଜପୁରରେ ହଇଜା ଓ ଡାଇରିଆ ସ୍ଥିତି ଅନୁଧ୍ୟାନ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଲେ ରାଜ୍ୟ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟାବଂଶୀ ସୂରଜ ।

ହଇଜା ଝାଡାବାନ୍ତି ସମ୍ପର୍କରେ ରୋଗୀଙ୍କୁ ପଚାରି ବୁଝିଲେ ମନ୍ତ୍ରୀ । ପରେ ମେଡିକାଲ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ସହିତ ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ ।

ହଇଜା ସ୍ଥିତିକୁ ଗୁରୁତ୍ୱ ପ୍ରଦାନ କରି ସଂକ୍ରମଣ ରୋକିବା ପାଇଁ ଜିଲ୍ଲାରେ ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ରକୁ କିଛିଦିନ ପାଇଁ ବନ୍ଦ କରିବାକୁ ଜିଲା ପ୍ରଶାସନକୁ ପରାମର୍ଶ ଦେଇଥିଲେ ।

ଏହି ଆଲୋଚନାରେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ସମେତ ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା, କୋରେଇ ବିଧାୟକ ଆକାଶ ଦାସନାୟକ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ, ଜିଲ୍ଲାପାଳ ପି. ଅନ୍ୱେଶା ରେଡ୍ଡୀ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ବିଜୟ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ଏବେବି ଜିଲ୍ଲାରେ ୧୫୮ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।

Comments are closed.