Latest Odisha News

BREAKING NEWS

Browsing Tag

SOA

ଉତ୍କଳ ଦିବସରେ ସୋଆ ଏସ୍‌ଏଚ୍‌ଏମ୍‌ରେ ଆରମ୍ଭ ହେଲା ‘ପଖାଳ ଉତ୍ସବ’

ଭୁବନେଶ୍ୱର: ଓଡ଼ିଶାର ପାରମ୍ପରିକ ଖାଦ୍ୟ ‘ପଖାଳ’ର ପ୍ରଚାର ଓ ପ୍ରସାର କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଣ୍ଟରେ (ଏସ୍‌ଏଚ୍‌ଏମ୍ ) ଏପ୍ରିଲ୍‌ ୧ ଉତ୍କଳ ଦିବସ ଦିନ 'ପଖାଳ ଉତ୍ସବ' ଆରମ୍ଭ ହୋଇଛି । ୫ ଦିନ ବ୍ୟାପି ଚାଲିବାକୁ ଥିବା…

ଚାରି ଦିନିଆ ସ୍ପୋର୍ଟ୍ସ ଫେଷ୍ଟ ଉଦ୍‌ଯାପିତ, କ୍ରିକେଟ ଓ ଟେନିସ୍‌ରେ ସୋଆ ବିଜୟୀ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଚାଲିଥିବା ୪ ଦିନିଆ ସ୍ପୋର୍ଟ୍ସ ଫେଷ୍ଟ ମଙ୍ଗଳବାର ଉଦ୍‌ଯାପିତ ହୋଇଥିବା ବେଳେ କ୍ରିକେଟ ଏବଂ ଟେନିସ୍‌ରେ ସୋଆ ବିଶ୍ୱବିଦ୍ୟାଳୟ ବିଜୟୀ ହୋଇଛି । ସେହିପରି ଭଲିବଲ୍ ଏବଂ ବାସ୍କେଟବଲ୍‌ରେ ରନର ଅପ୍ ଟାଇଟଲ୍ ହାସଲ କରିଛି ସୋଆ । କ୍ରିକେଟ…

ସୋଆରେ ଦୁଇ ଦିନ ଧରି ଚାଲିଥିବା ଷ୍ଟାର୍ଟଅପ୍ କନ୍‌କ୍ଲେଭ୍ ଉଦ୍‌ଯାପିତ

ଭୁବନେଶ୍ୱର: କୃଷକମାନଙ୍କୁ ଜଳବାୟୁ ପରିବର୍ତ୍ତନ ସହିତ ତାଳ ଦେଇ କୃଷି କାର୍ଯ୍ୟ କରିବା ତଥା ଅତ୍ୟାଧୁନିକ କୃଷି ପ୍ରଣାଳୀରେ ଅଭ୍ୟସ୍ତ କରାଇବାର ଲକ୍ଷ୍ୟ ନେଇ ସାମାଜିକ ଉଦ୍ୟୋଗ ଲାଇଭ୍‌ଲିହୁଡ୍ ଅଲ୍ଟରନେଟିଭ୍‌ସ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ରୁରାଲ୍ ମ୍ୟାନେଜମେଂଟ ଆନନ୍ଦ (ଇର୍ମା)-ଆଇସିଡ୍…

ମିଳିତ କାର୍ଯ୍ୟକ୍ରମ ନେଇ ସୋଆ ଏବଂ ଆର୍‌ଏସ୍‌ବି ଟ୍ରାନ୍ସମିସନ୍ସ ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ଶିଳ୍ପ ନିମନ୍ତେ ଆବଶ୍ୟକୀୟ ଯନ୍ତ୍ରାଂଶ ପ୍ରସ୍ତୁତି ନିମନ୍ତେ ଇଞ୍ଜିନିୟରିଂ ଛାତ୍ରଛାତ୍ରୀମାନେ ଜ୍ଞାନ ଆହରଣ କରିବା ନିମନ୍ତେ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପୁନେ ସ୍ଥିତ ଆରଏସବି ଟ୍ରାନ୍ସମିସନ୍ସ( ଆଇ) ଲିମିଟେଡ ସହ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ କରିଛି । ପ୍ରୋସେସ୍…

ଫିଲିପ୍ସ ଏଜୁକେସନ୍ ସହିତ ସୋଆର ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର: ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ଶିଳ୍ପ କ୍ଷେତ୍ରର ବିଭିନ୍ନ ସମସ୍ୟା ସହ ପରିଚିତ ହେବା ନିମନ୍ତେ ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ), ନଭି ମୁମ୍ବାଇସ୍ଥିତ ଫିଲିପ୍ସ ଏଜୁକେସନ୍‌, ଫିଲିପ୍ସ ମେସିନ୍ ଟୁଲ୍ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍ ସହିତ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ…

ସୋଆ କୃଷି ମହାବିଦ୍ୟାଳୟର ଦୁଇ ଦିନିଆ ବାର୍ଷିକ ମହୋତ୍ସବ ‘ଅନ୍ନ’ ଅନୁଷ୍ଠିତ

ଭୁବନେଶ୍ୱର: ସୋଆ ଅଧିନସ୍ଥ କୃଷି ମହାବିଦ୍ୟାଳୟ ଇନଷ୍ଟିଚ୍ୟୁଟ ଅଫ୍ ଏଗ୍ରିକଲଚରାଲ ସାଇନ୍‌ସେସ୍ (ଆଇଏଏସ୍‌)ର ବାର୍ଷିକ ମହୋତ୍ସବ ‘ଅନ୍ନ’ ମାର୍ଚ୍ଚ ୯ ଓ ୧୦ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନ ସୋଆର ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଉତ୍ସବର ସଫଳତା କାମନା କରିବା ସହ…

ମହିଳାଙ୍କ ପ୍ରଗତିକୁ କାର୍ଯ୍ୟରେ ରୂପାନ୍ତରିତ କରିଛି ବିଶ୍ୱବିଦ୍ୟାଳୟ: ସୋଆ ଉପସଭାପତି

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ୪୭ ପ୍ରତିଶତ ଝିଅ ଶିକ୍ଷା ଗ୍ରହଣ କରୁଛନ୍ତି । ଏମାନଙ୍କ ମଧ୍ୟରୁ କେବଳ ଇଞ୍ଜିନିୟରିଂରେ ୩୯ ପ୍ରତିଶତ ଛାତ୍ରୀ ଅଛନ୍ତି । ସେହିପରି ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ମହିଳା ହେଉଛନ୍ତି ୫୧ ପ୍ରତିଶତ । ତେଣୁ ମହିଳାଙ୍କ ପ୍ରଗତିକୁ ବିଶ୍ୱବିଦ୍ୟାଳୟ…

କୋଭିଡ ଭଳି ଆହ୍ୱାନର ସାମ୍ନା କରିବା ପାଇଁ ବୈଜ୍ଞାନିକମାନେ ପ୍ରସ୍ତୁତ ରହିବା ଉଚିତ୍‌

ଭୁବନେଶ୍ୱର: କୋଭିଡ ଭଳି ସମସ୍ୟାକୁ ମାନବ ସମାଜ ବାରମ୍ବାର ସାମ୍ନା କରିବାର ଯଥେଷ୍ଟ ସମ୍ଭାବନା ରହିଥିବା ବେଳେ ଏହାକୁ ସାମ୍ନା କରିବା ସହ ମୁକାବିଲା କରିବା ନିମନ୍ତେ ବୈଜ୍ଞାନିକମାନେ ପ୍ରସ୍ତୁତ ରହିବା ଉଚିତ୍ ବୋଲି ଶୁକ୍ରବାର ଜଣେ ଗବେଷକ କହିଛନ୍ତି । କୋଭିଡ୍ ୧୯ ଭଳି ସ୍ୱାସ୍ଥ୍ୟ ସମସ୍ୟା…

ଫାର୍ମା ଜଗତରେ ନିରନ୍ତର ବିକାଶ ଆଣିବା କ୍ଷେତ୍ରରେ ଛାତ୍ରଛାତ୍ରୀମାନଙ୍କୁ ବିଶେଷଜ୍ଞଙ୍କ ମତ

ଭୁବନେଶ୍ୱର: ଫାର୍ମା ଛାତ୍ରଛାତ୍ରୀମାନେ ଏହି କ୍ଷେତ୍ରରେ ଘଟୁଥିବା ସମସ୍ତ ବିକାଶ ପ୍ରକ୍ରିୟା ବିଷୟରେ ସକ୍ରିୟ ଭାବେ ଅବଗତ ରହିବା ଆବଶ୍ୟକ ବୋଲି ଜଣେ ବିଶେଷଜ୍ଞ ମତ ଦେଇଛନ୍ତି । ନିୟମିତ ଭାବେ ଜ୍ଞାନ ବୃଦ୍ଧି କର ଏବଂ ବିକାଶ ପ୍ରକ୍ରିୟା ବିଷୟରେ ଅବଗତ ରହିଲେ ଭବିଷ୍ୟତରେ ଆଗକୁ ଯିବ ବୋଲି…

ପ୍ରଫେସର ରାଜେନ୍ଦ୍ର ମହାନ୍ତିଙ୍କୁ ଲାଲ ବାହାଦୂର ଶାସ୍ତ୍ରୀ ସମ୍ମାନ ପ୍ରଦାନ

ଭୁବନେଶ୍ୱର: ବିଶିଷ୍ଟ ଶିକ୍ଷାବିତ୍ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପୁର୍ବତନ କୁଳପତି ପ୍ରଫେସର ରାଜେନ୍ଦ୍ର ପ୍ରସାଦ ମହାନ୍ତିଙ୍କୁ ଗୁରୁବାର ନୂଆ ଦିଲ୍ଲୀ ଠାରେ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଲାଲ ବାହାଦୂର ଶାସ୍ତ୍ରୀ ସମ୍ମାନ ପ୍ରଦାନ କରାଯାଇଛି । ଏହି ସମ୍ମାନ…