Latest Odisha News

BREAKING NEWS

ତହସିଲଦାର ଅଫିସ୍ ଲୋକଙ୍କ ପାଇଁ ଭୟ ନୁହେଁ, ବିଶ୍ୱାସର ସ୍ଥାନ ହେଉ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ତହସିଲଦାର ଅଫିସ୍ ଲୋକଙ୍କ ପାଇଁ ଭୟ ନୁହେଁ, ବିଶ୍ୱାସର ସ୍ଥାନ ହେଉ। ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ  ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ l ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ସରକାର ଭୂମି ପ୍ରଶାସନକୁ ଆଧୁନିକ ଏବଂ ଲୋକଭିମୁଖୀ କରିବା ପାଇଁ ପ୍ରତିଶୃତିବଦ୍ଧ। ଓଡିଶାରେ କେହିବି ଭୂମିହିନ ରହିବେ ନାହିଁ।

ଯେଉଁମାନଙ୍କର ୪ ଡେସିମିଲରୁ କମ ଜମି ଅଛି, ସେମାନଙ୍କୁ ବି ଭୂମିହୀନ ଭାବେ ଗଣାହେବେ ଏବଂ ସରକାର ସେମାନଙ୍କୁ ଜମି ଯୋଗାଇ ଦେବେ। ତେଣୁ, ଏହି ଯୋଜନାକୁ ପ୍ରଭାବୀ ଭାବେ ଲାଗୁ କରିବା ପାଇଁ ଆପଣମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବିଭାଗୀୟ ମନ୍ତ୍ରୀଙ୍କ ନେତୃତ୍ବରେ ବାତ୍ୟା “ଦାନା’’ର ସଫଳ ମୁକାବିଲା କରାଯାଇଛି। ‘ଜିରୋ କାଜୁଆଲ୍ଟି’ ଅଭିଯାନକୁ ସାକାର କରିବା ପାଇଁ ପ୍ରାୟ ୮.୧ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇ ୬ ହଜାର ୨୧୦ଟି ସୁରକ୍ଷିତ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ କହିଥିଲେ ଯେ, ଜନଜାତି ଏବଂ ଅନୁସୂଚିତ ଜାତିଙ୍କ ଜମି କିଣା ବିକାରେ ଅନେକ ସମୟରେ ଅନିୟମିତତା ଦେଖାଯାଇଥାଏ। ଏହି କିଣାବିକା ତହସିଲଦାରଙ୍କ ଅଗୋଚରରେ ହେବା ପ୍ରାୟତଃ ଅସମ୍ଭବ। ତେଣୁ, ଏହି ସମ୍ବନ୍ଧୀୟ ସବୁ ବିବାଦ, କିଣାବିକାରେ ସାମାନ୍ୟତମ ବ୍ୟତିକ୍ରମ ହେବା ଉଚିତ ନୁହେଁ। ଯଦି ଜ୍ଞାତସରରେ କିଛି ତ୍ରୁଟି ହୁଏ, ଏହାର ପରିଣାମ ସେହି ଅଧିକାରୀ ଭୋଗିବେ। ଏଥିରେ ସରକାରଙ୍କ ‘ଶୂନ୍ୟ ସହନଶୀଳତା’ ଅଛି। କିଛି ଦିନ ପରେ ମୌସୁମୀ ବର୍ଷା ଆରମ୍ଭ ହୋଇଯିବ। କିଛି କିଛି ଅଞ୍ଚଳରେ ଆରମ୍ଭ ହୋଇଗଲାଣି। ତେଣୁ, ସମସ୍ତେ ପାଣିପାଗ ବିଭାଗଦ୍ଵାରା ଜାରି ପାଣିପାଗ ସୂଚନାକୁ ନିୟମିତ ଭାବେ ଫେଲୋ କରୁଥିବେ ଏବଂ ତଦନୁସାରେ ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ SoP ଅନୁଯାୟୀ ପଦକ୍ଷେପ ଗ୍ରହଣ କରିବେ। ଚଳିତ ମାସ ଠାରୁ ଆରମ୍ଭ କରି ନଭେମ୍ବର ପର୍ଯ୍ୟନ୍ତ ମୌସୁମୀ ବର୍ଷା ଏବଂ ବାତ୍ୟା ଲାଗି ରହିବ।  ତେଣୁ, ଏଥିପାଇଁ ନିଜ ନିଜ ଅଞ୍ଚଳର ପାରିପାର୍ଶିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ପୁରା ପ୍ରଶାସନକୁ ପ୍ରସ୍ତୁତ କରିବେ।

 

Comments are closed.