Latest Odisha News

BREAKING NEWS

ତାମିଲନାଡ଼ୁ ଗ୍ୟାସ୍ ଲିକ୍ ଘଟଣା; ୧୦ ଲକ୍ଷ ଟଙ୍କାକୁ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣା । ଏଥିରେ ୭ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ପୂର୍ବରୁ ୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି । ଫଳରେ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ ।

ତେବେ ପୂର୍ବରୁ ମୃତ ଶ୍ରମିକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଥିବାବେଳେ, ଏବେ ଏଥିରେ ବୃଦ୍ଧି କରି ୧୦ ଲକ୍ଷ ଟଙ୍କା ଘୋଷଣା କରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ଏହି ସହାୟତା ରାଶିର ପରିମାଣକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ।

ତେବେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଶ୍ରମିକଙ୍କ ମୃତ ଦେହ ଆଜି ସନ୍ଧ୍ୟାରେ ଭୁବନେଶ୍ଵରରେ ପହଞ୍ଚିବ । ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି ।

ସୂଚନାନୁଯାୟୀ, ତାମିଲନାଡୁର ତିରୁଭଲ୍ଲୁର ଜିଲ୍ଲାରେ ସିଫୁଡ୍ ର ଏକ ରପ୍ତାନି ୟୁନିଟରେ ରବିବାର ଆମୋନିଆ ଗ୍ୟାସ ଲିକ୍ ହୋଇଥିଲା । ଏହି ଲିକ୍ ପେରିଆପାଲାୟମ ନିକଟସ୍ଥ କନିଗାଇପୈରରେ ଥିବା ସେଣ୍ଟ ପିଟର୍ସ ପଲ୍ ସିଫୁଡ୍ ଏକ୍ସପର୍ଟଙ୍କ ଫ୍ୟାକ୍ଟ୍ରିରେ ହୋଇଥିଲା । ଏହି କାରଖାନାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୯ ଜଣ ଶ୍ରମିକ ଚିକିତ୍ସାଧୀନ ଅଛନ୍ତି ।

Leave A Reply

Your email address will not be published.