Latest Odisha News

BREAKING NEWS

ତାମିଲନାଡୁ ରାଜ୍ୟପାଳ କରୋନା ପଜିଟିଭ

ଚେନ୍ନାଇ: ତାମିଲନାଡୁ ରାଜ୍ୟପାଳ ବନୱାରିଲାଲ ପୂରୋହିତ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ରିପୋର୍ଟ ପଜିଟିଭ ଆସିଛି । ତାଙ୍କୁ ଏବେ ଆଇସୋଲେସନ୍‌ରେ ରହିବାକୁ କୁହାଯାଇଛି । ତାଙ୍କ ସ୍ୱାସ୍ଥ୍ୟ ଉପରେ ଏକ ଡାକ୍ତରୀ ଟିମ୍ ନଜର ରଖିବେ ।

ଆଜି ସକାଳେ ବନୱାରିଲାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଏହାପରେ ତାଙ୍କର କୋଭିଡ ଟେଷ୍ଟ କରାଯାଇଥିଲା । ତାଙ୍କ ରିପୋର୍ଟ ପଜିଟିଭ ଆସିଛି । ଏବେ ରାଜ୍ୟପାଳଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ଏନେଇ କାବେରୀ ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.