Latest Odisha News

ମୃତକଙ୍କ ଆତ୍ମାର ସଦ୍‌ଗତି ନେଇ ଦିନିକିଆ ଶୋକ ପାଳିଲା ତାମିଲନାଡୁ

ଭୁବନେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣାର ମୃତକଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ଶନିବାର ସାରା ତାମିଲନାଡ଼ୁରେ ଦିନିକିଆ ଶୋକ ପାଳନ କରାଯାଇଛି । ଏନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍ କେ ଷ୍ଟାଲିନ୍ ସୂଚନା ଦେଇଛନ୍ତି । ଆଜି ତାମିଲନାଡୁରେ ହେବାକୁ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍‌. କରୁଣାନିଧିଙ୍କ ଜନ୍ମଶତବାର୍ଷିକୀ ପାଳନ କାର୍ଯ୍ୟକ୍ରମ ମଧ୍ୟ ବାତିଲ କରାଯାଇଛି ।

ବାହାନାଗା ଟ୍ରେନ ଦୁର୍ଘଟଣାର ସମୀକ୍ଷା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ୍ । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସହ ଆଲୋଚନା କରି ଘଟଣା ବିଷୟରେ ପଚାରି ବୁଝିଛନ୍ତି ।

Leave A Reply

Your email address will not be published.