କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକ ଜୁଡାମ୍ବ ଘାଟି ନିକଟରେ ମମର୍ନ୍ତୁଦ ଦୁର୍ଘଟଣା ଘଟିଛି । ଶ୍ରମିକ ମାନଙ୍କୁ ନେଇ ଯାଉଥିବା ବେଳେ ଏକ ଟାଟା ମେଜିକ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗାଡ଼ିରେ ଥିବା ୭ ଜଣ ଶ୍ରମିକ ଗୁରୁତର ହୋଇଥିବା ବେଳେ ୨୭ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଗାଡିଟି ଠାକୁରମୁଣ୍ଡା ବ୍ଲକ ଜଡିପଦା ଗାଁରୁ ୩୦ ରୁ ଉର୍ଦ୍ଧ୍ବ ଶ୍ରମିକଙ୍କୁ ନେଇ ଭଦ୍ରକ ଜିଲ୍ଲା ବନ୍ତ ନିକଟ କେନ୍ଦୁଆ ଗାଁକୁ ଯାଉଥିଲା । ଯେତେବେଳେ ଗାଡିଟି ଜୁଡାମ୍ବ ଘାଟିରୁ ଓହ୍ଲାଉଥିଲା ସେତେବେଳେ ଗାଡିର ଏକ ଚକ ଫାଟି ଯିବାରୁ ଭାରସାମ୍ୟ ହରାଇ ଗାଡିଟି ଓଲଟି ପଡିଥିଲା।
ଖବରପାଇ ଠାକୁରମୁଣ୍ଡା ଅଗ୍ନିଶମ ବିଭାଗ ପହଞ୍ଚି ଆହତ ବ୍ୟକ୍ତିଙ୍କୁ ଉଦ୍ଧାର କରି ଠାକୁରମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି । ଗୁରୁତର ଥିବା ୭ ଜଣ ଶ୍ରମିକଙ୍କୁ କରଞ୍ଜିଆ ଓ ଆନନ୍ଦପୁର ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି । ପରେ ଠାକୁରମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ତଦନ୍ତ ଜାରି ରଖିଛି ।
Comments are closed.