ମୁମ୍ବାଇ: ଅକ୍ଟୋବର ଓ ନଭେମ୍ବରରେ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ କ୍ରିକେଟ ପୂର୍ବରୁ ଭାରତ ଆହୁରି ୨ଟି ସିରିଜ ଖେଳିବ । ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏ ନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତ ୨ଟି ସିରିଜ ଆୟୋଜନ କରିବ । ଅଷ୍ଟ୍ରେଲିଆ ବିପକ୍ଷରେ ୩ଟି ଟି୨୦ ମ୍ୟାଚ ଖେଳାଯିବ । ସେପ୍ଟେମ୍ବର ୨୦, ୨୩ ଓ ୨୫ରେ ଏହି ମ୍ୟାଚ ଯଥାକ୍ରମେ ମୋହାଲୀ, ନାଗପୁର ଓ ହାଇଦ୍ରାବାଦରେ ଆୟୋଜିତ ହେବ । ସେହିପରି ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ଟି ଟି୨୦ ଓ ୩ଟି ଦିନିକିଆ ମ୍ୟାଚ ଖେଳାଯିବ । ସେପ୍ଟେମ୍ବର ୨୮, ଅକ୍ଟୋବର ୧ ଓ ୩ରେ ତ୍ରିଭେନ୍ଦ୍ରମ, ଗୌହାଟୀ ଓ ଇନ୍ଦୋର ଟି୨୦ ଖେଳାଯିବ । ସେହିପରି ଅକ୍ଟୋବର ୬, ୯ ଓ ୧୫ରେ ରାଂଚୀ, ଲକ୍ଷ୍ନୌ ଓ ଦିଲ୍ଲୀରେ ଦିନିକିଆ ମ୍ୟାଚ ଖେଳାଯିବ । ଗାଙ୍ଗୁଲି ଏହି ଅବସରରେ ୟୁଏଇରେ ଏସିଆ କପ ଖେଳାଯିବ ବୋଲି ସ୍ପଷ୍ଟ କରିଛନ୍ତି । ଶ୍ରୀଲଙ୍କା ଏହାକୁ ଆୟୋଜନ କରିବା ନେଇ ଅକ୍ଷମତା ପ୍ରକାଶ କରିଥିଲା ।
BREAKING NEWS
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
- ହାତୀ ମୃତ୍ୟୁ ମାମଲା; ଏସିଏଫ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବିତ
- ରଣଜୀ ଟ୍ରଫି: ଓଡିଶା ୨୨୧ ରନରେ ଅଗ୍ରଣୀ
- ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦିବଙ୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ର
- ଲାଞ୍ଚ ନେଇ ବନ୍ଧା ହେଲେ ପଶୁଚିକିତ୍ସା କାର୍ଯ୍ୟାଳୟର କର୍ମୀ
- ମାଓ ସଂଗଠନ ପାଇଁ ଅଡିଓ ବାର୍ତ୍ତା ଜାରି କଲେ ଡିଜିପି; ସରେଣ୍ଡର ପାଇଁ ଏହି ଫୋନ୍ ନଂରେ ଯୋଗାଯୋଗ କରନ୍ତୁ…
- ମହିଳା ଚଳାଇବେ ଆମ ବସ୍, ଟ୍ରେନିଂ ପାଇଁ ଗଲେ ପୁଣେ
- କାଙ୍ଗାଳ ପାକିସ୍ତାନର ନିଚ୍ଛକ ସତ, ଇଜ୍ଜତ ବିକି ମାଗୁଛି କରଜ
- ପ୍ରଥମ ରାଷ୍ଟ୍ରପତି ଭାବେ ମା’ ବିରଜାଙ୍କୁ ଦର୍ଶନ କରିବେ ଦ୍ରୌପଦୀ ମୁର୍ମୁ
- ଅରିଜିତଙ୍କୁ ବଡ ଅନୁରୋଧ କଲେ ନିର୍ଦ୍ଦେଶକ ବିଶାଲ ଭରଦ୍ୱାଜ
Comments are closed.