Latest Odisha News

BREAKING NEWS

୨୧ରୁ ରତ୍ନଭଣ୍ଡାରର ବୈଷୟିକ ସର୍ଭେ, ନିରୀକ୍ଷଣ ସମୟରେ ସାଧାରଣ ଦର୍ଶନ ବନ୍ଦ

ପୁରୀ: ୨୧ରୁ ୩ ଦିନ ଧରି ଚାଲିବ ରତ୍ନଭଣ୍ଡାର ବୈଷୟିକ ସର୍ଭେ। ବୈଷୟିକ ସର୍ଭେ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ୨୧, ୨୨ ଓ ୨୩ ତାରିଖରେ ହେବ ରତ୍ନଭଣ୍ଡାରର ବୈଷୟିକ ସର୍ଭେ। ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ଏଏସଆଇ ପକ୍ଷରୁ ସର୍ଭେ କରାଯିବ। ରତ୍ନଭଣ୍ଡାର ନିରୀକ୍ଷଣ ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ। ଦିନ ୧ଟା ଠାରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ସେପଟେମ୍ବର ୨୪ ତାରିଖ ସୁଦ୍ଧା ଶ୍ରୀମନ୍ଦିର ରତ୍ନଭଣ୍ଡାରର ବାକି ଥିବା ବୈଷୟିକ ସର୍ଭେ ଶେଷ କରିବାକୁ ଏ.ଏସ୍.ଆଇ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଅନୁରୋଧ କରିଛନ୍ତି। ଏହା ପରେ ଏଏସ୍ଆଇ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ତାରିଖ ସ୍ଥିର ହୋଇଛି। ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ ଏହା କରାଯିବ।

ତେଣୁ ଏହି ତିନି ଦିନ ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବା ପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ଏହି ଦିନ ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ୧ଟା ଠାରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ।

Leave A Reply

Your email address will not be published.