Latest Odisha News

BREAKING NEWS

ରାଜ୍ୟରେ ୨-୩ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ୱର: ଆଗାମୀ ପାଞ୍ଚ ଦିନ ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ଖରା ଅନୁଭୂତ ହେବାକୁ ଥିବା ବେଳେ ଆଉ କିଛି ଅଞ୍ଚଳରେ ବର୍ଷା, ବଜ୍ରପାତ ହେବାର ସମ୍ଭାବନା ଅଛି।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଜୁନ୍ ୧୨ ତାରିଖ ପର୍ଯ୍ୟନ୍ତ ଏନେଇ ହଳଦିଆ ସତର୍କତା ଜାରି କରିଛି। ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ ଦିନର ତାପମାତ୍ରା ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବାର ସମ୍ଭାବନା ଅଛି। ଏହା ପରେ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ।

ମଧ୍ୟାହ୍ନ ବୁଲେଟିନ ଅନୁଯାୟୀ, ଜୁନ୍ ୮ ତାରିଖ ସକାଳ ପର୍ଯ୍ୟନ୍ତ ଅନେକ ଜିଲ୍ଲା ପାଇଁ ହଳଦିଆ ଚେତାବନୀ ଜାରି ହୋଇଛି। ବାଲେଶ୍ୱର୍, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁରଗଡ, ବରଗଡ, ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୁଆପଡା, ବାଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ଏବଂ ମାଲକାନଗିରି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହୋଇପାରେ।

ସେହି ସମୟରେ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗରମ ଏବଂ ଆର୍ଦ୍ର ପାଗ ହୋଇପାରେ।

ଜୁନ୍ ୮-୯ ତାରିଖରେ, ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି ଏବଂ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ, ଝଡ଼ବର୍ଷା ହୋଇପାରେ। ଏହି ଜିଲ୍ଲାଗୁଡ଼ିକ ପାଇଁ ହଳଦିଆ ସତର୍କତା ଜାରି କରାଯାଇଛି।

 

Comments are closed.