Latest Odisha News

BREAKING NEWS

ଚଳିତବର୍ଷ ରାଜ୍ୟରେ ପ୍ରଥମଥର ୪୦ ଡିଗ୍ରୀ ଛୁଇଁଲା ଦିନର ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର: ଅସହ୍ୟ ତାତିରେ ଛଟପଟ ରାଜ୍ୟବାସୀ । ଚଳିତବର୍ଷ ପ୍ରଥମଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ଦିନର ସର୍ବୋଚ୍ଚ ତାପମାତ୍ରା । ଗତକାଲି ୫ଟି ସହର ଟିଟଲାଗଡ, ବଲାଙ୍ଗୀର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି ।

ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି । ଦିନରେ ତ ଯାହା କଲବଲ କରୁଛି ରାତିରେ ମଧ୍ୟ ସ୍ୱାଭାବିକଠୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇଛି । ବିଶେଷକରି ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୨ ଡିଗ୍ରୀ ଛୁଇଁବାର ସମ୍ଭାବନା ରହିଛି । ଆସନ୍ତା ୫ ଦିନ ଭିତରେ ଏହି ତାପମାତ୍ରା ଆହୁରି ବଢ଼ିବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଓଡ଼ିଶାରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଉତ୍ତର ଓଡ଼ିଶାରେ କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଆଜି (ଶନିବାର) ବିଜୁଳି ଓ ଘଡ଼ଘଡ଼ିର ମାତ୍ର ଅଧିକ ରହିବ । ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.