Latest Odisha News

BREAKING NEWS

ରାଜ୍ୟରେ ପୁଣି କମିଲା ତାପମାତ୍ରା, କଲବଲ କରିବ ଘନ କୁହୁଡି

ଭୁବନେଶ୍ଵର: କିଛି ଦିନର ବିରତି ପରେ ରାଜ୍ୟରେ ପୁଣି କମିଲା ତାପମାତ୍ରା । ପଶ୍ଚିମାଝଡ଼ ଅପସାରଣ ପରେ ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବେଶ କରୁଛି । ସେପଟେ ଗୁରୁଚାପ ବଳୟ ଦେଶର ମଧ୍ୟଭାଗକୁ ସ୍ଥାନାନ୍ତରଣ ହେତୁ ଏହି ପ୍ରକ୍ରିୟା ଆହୁରି ପ୍ରଶମିତ ହୋଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୬ ଡିଗ୍ରୀ ପର୍ଯ୍ଯନ୍ତ କମିଛି ତାପମାତ୍ରା ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରି କମିବା ସମ୍ଭାବନା ରହିଛି । ଏହି ଦିନମାନଙ୍କରେ ପାଗ ଶୁଖିଲା ରହିବା ସହ ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବାର ନାହିଁ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଘନକୁହୁଡ଼ି ନେଇ ୧୦ ଜିଲ୍ଲାକୁ ଦୁଇ ଦିନ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ବିଶେଷ କରି ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଅନେକ ସ୍ଥାନରେ ଘନ କୁହୁଡ଼ି ଯୋଗୁ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ରହିବା ଆଶଙ୍କା କରାଯାଉଛି। ଏଣୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସତର୍କତା ଜାରି ହୋଇଥିବା ଜିଲ୍ଲାମାନଙ୍କରେ ଭୋରରୁ ଗାଡି ଧିରେ ଚଳାଇବା ପାଇଁ ପରାମର୍ଶ ଦିଆଯାଇଛି । ସେହିଭଳି ୧୦ ତାରିଖରେ  ଗଞ୍ଜାମ, ନୟାଗଡ଼, କଳହାଣ୍ଡି ଓ କନ୍ଧମାଳର କେତେକ ଜାଗାରେ ଘନ କୁହୁଡ଼ି ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

 

Comments are closed.