Latest Odisha News

BREAKING NEWS

ଏପ୍ରିଲ ୨୪ରୁ ରାଜ୍ୟରେ ବଢ଼ିବ ଗରମ

ଭୁବେନେଶ୍ୱର : ଏପ୍ରିଲ୍ ୨୪ ତାରିଖ ପରେ ରାଜ୍ୟରେ ବଢ଼ିବ ଖରା । ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମ ତାତି ୪୩ ଡିଗ୍ରୀରୁ ୪୬ ଡିଗ୍ରୀ ସେଲ୍‌ସିୟସ୍ ମଧ୍ୟରେ ରହିବାର ସମ୍ଭାବନା ଥିବା ବେଳେ ଉପକୂଳ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ୍ ଉପରେ ରହିବାର ଆଶଙ୍କା କରାଯାଉଛି ।

ମୁଖ୍ୟତଃ ଉତର-ପଶ୍ଚିମ ଭାରତ ଏବଂ ତେଲେଙ୍ଗାନା ପଟରୁ ଗରମ ପବନ ପ୍ରବାହିତ ହେବା ତଥା ସମୁଦ୍ର ଆଡୁ ବାୟୁ ପ୍ରବାହ ବନ୍ଦ ରହିବା କାରଣରୁ ଏଭଳି ତାପମାତ୍ରା ବୃଦ୍ଧି ପାଇବ । ଏଭଳି ପରିସ୍ଥିତି ଏକ ସପ୍ତାହ ଜାରି ରହିବ ବୋଲି ଶିକ୍ଷା ଓ ଅନୁସନ୍ଧାନର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ଛଡା ଆନ୍ଧ୍ର ପ୍ରଦେଶ-ତାମିଲନାଡୁ ଉପକୂଳରେ ରହିଥିବା ଆଂଟି-ସାଇକ୍ଲୋନ୍ ହେତୁ ଆନ୍ଧ୍ରପ୍ରଦେଶ ଆଡୁ ଓଡ଼ିଶାକୁ ଆର୍ଦ୍ର ବାୟୁ ପ୍ରବାହିତ ହେଉଥିବାରୁ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲ୍‌ସିୟସ୍ କମ୍ ରିହବାର ସମ୍ଭାବନା ଅଛି ।

ଏହି ଆଂଟି-ସାଇକ୍ଲୋନ୍ ଓ ଉତର ଓଡ଼ିଶାରେ ଏକ ସାକ୍ଲୋନିକ୍ ସର୍କୁଲେସନ୍ ରହିଥିବାରୁ ଗୁରୁବାର ରାତି ଓ ଶୁକ୍ରବାର ଉପକୂଳ ଓ ପଶ୍ଚିମ ଓଡ଼ିଶାରେ କାଳବୈଶାଖୀ ହୋଇପାରେ ।
ଏହି ସମୟରେ ତାପମାତ୍ର ୪୦ ଡିଗ୍ରୀ ସେଲ୍‌ସିୟସ୍‌ରୁ କମ୍ ରହିଲେ ମଧ୍ୟ ଏପ୍ରିଲ୍ ୨୫ରୁ ଏହା ବୃଦ୍ଧି ପାଇବ ।

 

Leave A Reply

Your email address will not be published.