Latest Odisha News

BREAKING NEWS

ରାଜ୍ୟରେ ଆଉ ୪ ଦିନ ଗୁଳୁଗୁଳି, ହିଟ୍ ଓ୍ବେଭ ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିସାରିଛି । ହେଲେ ଏବେବି ଅସହ୍ୟ ଗରମ ସହ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ । ବିଶେଷକରି ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ତାତିକୁ ଉପକୂଳରେ ଗୁଳୁଗୁଳି କଲବଲ କରୁଛି । ତେବେ ଆହୁରି ୪ ଦିନ ପର୍ଯ୍ୟନ୍ତ ଏପରି ସ୍ଥିତି ଲାଗି ରହିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରବିବାର ନୂଆପଡ଼ାରେ ସର୍ବାଧିକ ୪୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ, ବଲାଙ୍ଗୀରରେ ୪୧.୫, ବୌଦ୍ଧ ୪୧.୭, ମାଲକାନଗିରି ୪୧.୩ ଓ ଟିଟିଲାଗଡ଼ରେ ୪୧ ଡିଗ୍ରୀ ରହିଥିଲା ପାରଦ । ତେବେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାକୁ ଉଷ୍ମ ଓ ଆର୍ଦ୍ର ପାଗ ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ତାପମାତ୍ରା ୪୦ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇପାରେ ।

ଅନ୍ୟପଟେ ଦକ୍ଷିଣ ଓଡ଼ିଶାରେ ମୌସୁମୀ ପହଞ୍ଚିବା ପରେ ଆଗାମୀ ୨୪ ଘଣ୍ଟା ଭିତରେ ଗଜପତି, ରାୟଗଡ଼ା, କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ମଙ୍ଗଳବାର ଓ ବୁଧବାର ବୌଦ୍ଧ, ଝାରସୁଗୁଡ଼ା, ସମ୍ବଲପୁର ଓ ନୂଆପଡ଼ାକୁ ହିଟ୍‌ଓ୍ବେଭ୍‌ ପାଇଁ ୟେଲୋ ଓ୍ବର୍ଣ୍ଣିଂ ଜାରି କରାଯାଇଛି । ୧୩ ତାରିଖ ଯାଏଁ ଅନେକ ସ୍ଥାନରେ ବର୍ଷା ହେବାନେଇ ସମ୍ଭାବନା ରହିଛି ।

Leave A Reply

Your email address will not be published.