ପୁରୀ: ଚୈତ୍ର ଶୁକ୍ଳ ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଜନ୍ମନୀତି ଅନ୍ୟତମ। ତେଣୁ ଆସନ୍ତାକାଲି ରାମଜନ୍ମ ନୀତି ପାଇଁ ମଧ୍ୟାହ୍ନ ଧୂପ ଭୋଗ ଉଠିବା ପରେ ଶ୍ରୀରାମ ଜନ୍ମ ନୀତି ଶେଷ ହେବା ପର୍ଯ୍ୟନ୍ତ ଅର୍ଥାତ୍ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ସୂଚନାଥାଉକି, ଆସନ୍ତା ୨୭ ତାରିଖରେ ପବିତ୍ର ଶ୍ରୀରାମ ନବମୀ ଠାରୁ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପ୍ରସିଦ୍ଧ ସାହି ଯାତ। ପ୍ରଭୁ ଶ୍ରୀରାମଙ୍କ ଲୀଳା ଏବଂ କଥାବସ୍ତୁ କଳାକାର ମାନେ ବିଭିନ୍ନ ଜାଗା ଆଖଡ଼ା, ସାହି ଓ ବଡ଼ଦାଣ୍ଡରେ ପରିବେଷଣ କରିବେ। ଏଣୁ ସାହିଯାତ ୨୦୨୬ ପାଇଁ ଶ୍ରୀକ୍ଷେତ୍ର ଏବେ ଚଳଚଞ୍ଚଳ।
ଏପଟେ ସାହି ଯାତ କୁ ଦୃଷ୍ଟିରେ ରଖି ପୁରୀ ପୌରସଂସ୍ଥା ପକ୍ଷରୁ ରାସ୍ତାଘାଟ ସଫେଇ, ମରାମତି, ଆଲୋକୀକରଣ ସହିତ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି କହିଛନ୍ତି ପୁରୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ।
Comments are closed.