କୃଷ୍ଣପ୍ରସାଦ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୬ ଦୋକାନ। ୬ ଦୋକାନ ସମେତ ୨ଟି ଘରରେ ଲାଗିଲା ନିଆଁ। ଜହ୍ନିକୁଦା ଘାଟପେଣ୍ଠରେ ନିଆଁ ଲାଗି ଜଳିଗଲା ଦୋକାନ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ନିଆଁ ଆୟତ୍ତ କଲା ଅଗ୍ନିଶମ ବାହିନୀ। ୧୦ ଲକ୍ଷରୁ ଅଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଥିବା ସୂଚନା ।
ଅନ୍ୟପଟେ କୁହାଯାଉଛି ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଦୋକାନ କରି ନିଜ ପରିବାର ଗୁଜୁରାଣ ମେଣ୍ଟାଉ ଥିବା ଏହି ଦୋକାନୀ ମାନଙ୍କୁ ତୁରନ୍ତ ସରକାରୀ ସହାୟତା ଦେବାପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି ।
Comments are closed.