ନୂଆଦିଲ୍ଲୀ: କଶ୍ମୀରରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ । ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅମିତ ଶାହଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ଶାହଙ୍କୁ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏପଟେ ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ପରେ ଏକ ଉଚ୍ଚସ୍ତରୀୟ ବୈଠକ କରିବାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଜମ୍ମୁ-କାଶ୍ମୀରର ଶ୍ରୀନଗରରେ ପହଞ୍ଚିଛନ୍ତି । ସେତେବେଳେ ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା ବିମାନବନ୍ଦରରେ ଉପସ୍ଥିତି ଥିଲେ।
#WATCH | J&K | Union Home Minister Amit Shah reaches Srinagar to hold a high-level meeting in the wake of the terrorist attack on tourists in Pahalgam. CM Omar Abdullah receives him at the airport. pic.twitter.com/5KBhhUZ91W
— ANI (@ANI) April 22, 2025
ସୂଚନାମୁତାବିକ, ଆତଙ୍କବାଦୀଙ୍କ ଆଖବୁଜା ଗୁଳିମାଡ଼ରେ ୨୭ ଜଣ ପର୍ଯ୍ୟଟକ ପ୍ରାଣ ହରାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପୂର୍ବାହ୍ନରେ ସାଉଦି ଆରବ ଗସ୍ତରେ ଯାଇଥିଲେ, ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ଫୋନ ଯୋଗେ ଆଲୋଚନା କରିଥିଲେ । ଏପଟେ ହେଲ୍ପ ଲାଇନ ନମ୍ବର ଜାରି ହୋଇଛି- 9596777669/01932225870 ।
I strongly condemn the terror attack in Pahalgam, Jammu and Kashmir. Condolences to those who have lost their loved ones. I pray that the injured recover at the earliest. All possible assistance is being provided to those affected.
Those behind this heinous act will be brought…
— Narendra Modi (@narendramodi) April 22, 2025
ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଏହି ଆତଙ୍କବାଦୀ ଆକ୍ରମଣରେ ଜଡ଼ିତ କାହାକୁ ଛଡ଼ା ଯିବ ନାହିଁ। “ମୁଁ ଜମ୍ମୁ ଓ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ତୀବ୍ର ନିନ୍ଦା କରୁଛି। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି, ସେମାନଙ୍କୁ ମୋର ସମବେଦନା। ମୁଁ ପ୍ରାର୍ଥନା କରୁଛି ଯେ ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ। ପ୍ରଭାବିତ ଲୋକମାନଙ୍କୁ ସମସ୍ତ ସମ୍ଭାବ୍ୟ ସାହାଯ୍ୟ ଯୋଗାଇ ଦିଆଯାଉଛି,” ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି।
Comments are closed.