କଟକ: ପାଠ୍ୟପୁସ୍ତକ ତ୍ରୁଟି ଘଟଣା । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ଆଉ ୪ ଜଣ । ସେମାନେ ହେଲେ ଦିଲ୍ଲୀପ କୁମାର ସାହୁ, ପ୍ରଲିପ୍ତା ମିଶ୍ର, ଭାରତୀ ଟୁଡ଼ୁ, କିଶୋର କୁମାର କର । ଅନୁପମ ଘୋଷ ଓ ଅସୀମ କୁମାର ଘୋଷଙ୍କ ଆଗୁଆ ଜାମିନ ଆବେଦନ ମଧ୍ୟ ହାଇକୋର୍ଟରେ ବିଚାରାଧୀନ ରହିଛି ।
ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦର ପୂର୍ବତନ ନିର୍ଦ୍ଦେଶକ ମନୋଜ କୁମାର ପାଢୀଙ୍କ ଅଧିନରେ ସହକାରୀ ନିର୍ଦ୍ଦେଶକ ଓ ସଂଯୋଜକ ଭାବେ କାର୍ଯ୍ୟ କରୁଥିବା ଅଧିକାରୀଙ୍କ ମଧ୍ୟରୁ କେତେକ ଏହି ଆବେଦନକାରୀଙ୍କ ମଧ୍ୟରେ ରହିଛନ୍ତି ।
ଗତ ସପ୍ତାହରେ ଏହି ମାମଲାରେ କ୍ରାଇମବ୍ରାଞ୍ଚ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦର ପୂର୍ବତନ ନିର୍ଦ୍ଦେଶକ ମନୋଜ କୁମାର ପାଢୀଙ୍କୁ ଗିରଫ କରିଥିଲା ।