ପୁରୀ: ପୁରୀ ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵରେ ଥିବା ସମସ୍ତ ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଯିବ । ଚତୁଃପାର୍ଶ୍ଵକୁ ସୌନ୍ଦର୍ଯ୍ୟକରଣ କରାଯିବା ସହ ପରିଷ୍କାର ପରିଚ୍ଛନ୍ନ ରଖାଯିବ । ଏହା ସହ କୌଣସି ଘରୋଇ କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ଅନୁମତି ଦିଆଯିବ ନାହିଁ ଏବଂ ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵରେ ପବିତ୍ରତା ରକ୍ଷା କରାଯିବ ବୋଲି ଆଜି ଗୁଣ୍ଡିଚା ମନ୍ଦିର ସମୀକ୍ଷା କରି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।
ସେହିପରି ଆଜି ଅପରାହ୍ନରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା କରାଯାଇଥିବା ନେଇ କହିଛନ୍ତି ପୁରୀ ପୌରପାଳିକା ଅଧିକାରୀ ।
ଅନ୍ୟପଟେ, ଆଗକୁ ପଞ୍ଚୁକ ଥିବାରୁ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ସୁଅ ଛୁଟିବ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯାଇଛି । କେବଳ ସିଂହଦ୍ୱାର ଦେଇ ଭକ୍ତମାନେ ପ୍ରବେଶ କରିପାରିବେ । ଏନେଇ ପୁରୀ ଜିଲାପାଳ ସମୀକ୍ଷା ବୈଠକରେ ନିଷ୍ପତ୍ତି ନେଇଛନ୍ତି । ଭକ୍ତମାନେ ସିଂହଦ୍ୱାରରେ ପ୍ରବେଶ କରିବାକୁ ଥିବାବେଳେ ୩ ଦ୍ୱାର ଦେଇ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି । ଏଥିସହିତ ଅଁଳା ନବମୀରେ ଭୋର୍ ୫ଟାରୁ ରାଧାପାଦ ଦର୍ଶନ କରିବା ପାଇଁ ନିଷ୍ପତ୍ତି ହୋଇଛି । ବିଳମ୍ବିତ ରାତି ଯାଏ ରାଧାପାଦ ଦର୍ଶନ ଜାରି ରହିଛି । ଦର୍ଶନ ପାଇଁ ୧୧ ଲେନ୍ ବିଶିଷ୍ଟ ବ୍ୟାରିକେଡ୍ ର ବ୍ୟବସ୍ଥା କରାଯାଇଛି ।
Comments are closed.