Latest Odisha News

BREAKING NEWS

ମେ ଶେଷ ସପ୍ତାହରେ ମାଟ୍ରିକ୍ ଫଳାଫଳ, ମିଳିବ ଡିଜିଟାଲ ପ୍ରମାଣପତ୍ର

ଭୁବନେଶ୍ବର: ମେ ଶେଷ ସପ୍ତାହରେ ବାହାରିବାକୁ ଯାଉଛି ମାଟ୍ରିକ୍ ପରୀକ୍ଷାଫଳ । ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଯେ ମେ ମାସ ଶେଷ ସୁଦ୍ଧା ମାଟ୍ରିକ ଫଳାଫଳ ପ୍ରକାଶ କରାଯିବ । ଜୁନ୍ ମାସ ହେବ ନାହିଁ । ଆହୁରି ମଧ୍ୟ ଏହା ସହିତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ । ଫଳ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀ ଡିଜିଟାଲ ସାର୍ଟିଫିକେଟ ସଂଗ୍ରହ କରିପାରିବେ । ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ । ନିର୍ବାଚନ ପାଇଁ ଖାତା ଦେଖାରେ ବିଳମ୍ବ ହୋଇଥିଲେ ମଧ୍ୟ ଚଳିତ ମାସ ଶେଷ ସୁଦ୍ଧା ଫଳାଫଳ ପ୍ରକାଶ କରାଯିବା ପାଇଁ ସମସ୍ତ ପ୍ରସ୍ତୁତି ଚାଲିଛି । ଆହୁରି ମଧ୍ୟ ଛାତ୍ରଛାତ୍ରୀମାନେ କିପରି ସୁବିଧାରେ ଡିଜିଟାଲ ସାର୍ଟିଫିକେଟ ପାଇପାରିବେ ସେନେଇ ଏକ ସଚେତନତା କାର୍ଯ୍ୟକ୍ରମ ଆସନ୍ତା ୧୮ ତାରିଖରେ କଟକରେ ଅନୁଷ୍ଠିତ ହେବାକୁ ଧାର୍ଯ୍ୟ କରାଯାଇଛି । ଯେଉଁଥିରେ ପ୍ରମାଣପତ୍ର କିପରି ଡାଉନଲୋଡ କରାଯିବ, ସେ ବିଷୟରେ ସମସ୍ତ ତଥ୍ୟ ପ୍ରଦାନ କରିବା ନେଇ ସୂଚନା ମିଳିଛି ।

ତେବେ ଚଳିତ ବର୍ଷ ମାଟ୍ରିକ୍, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଚଳିତବର୍ଷ ଫେବ୍ରୁଆରୀ ୨୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୪ ଯାଏଁ ଚାଲିଥିଲା । ଏଥର ମାଟ୍ରିକରେ ୫ ଲକ୍ଷ ୫୧ ହଜାର ୬୧୧, ମଧ୍ୟମାରେ ୩ହଜାର ୩୭ ଓ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ୭ ହଜାର ୮୩୧ ଜଣ ଛାତ୍ରଛାତ୍ରୀ ଫର୍ମ ଫିଲଅପ୍ କରିଥିଲେ ।

Leave A Reply

Your email address will not be published.