Latest Odisha News

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର:  ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାର ରେଜଲ୍ଟ ଶନିବାର ପ୍ରକାଶ ପାଇଛି। ଏଥିରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ ‘ଏକ୍ସ’ ରେ ଶୁଭେଚ୍ଛା ଜଣାଇଛନ୍ତି।  ସେ ଲେଖିଛନ୍ତି, ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ଆଗାମୀ ଦିନରେ ସରକାରଙ୍କ ଜଣେ ପ୍ରତିନିଧି ଭାବେ ଲୋକଙ୍କ ଅଧିକାରକୁ ଗୁରୁତ୍ୱ ଦେବା ସହିତ ସରକାରଙ୍କ ଲୋକାଭିମୁଖୀ ଯୋଜନାକୁ ଶେଷ ସୋପାନରେ ପହଞ୍ଚାଇବା ପାଇଁ ସମସ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।

 

 

Leave A Reply

Your email address will not be published.