Latest Odisha News

BREAKING NEWS

ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ଦେ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର ବିକାଶରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ସେ କହିଛନ୍ତି, ତାଙ୍କର ମିଷ୍ଟଭାଷୀ ବ୍ୟକ୍ତିତ୍ଵ ପାଇଁ ସେ ସବୁ ବର୍ଗର ଲୋକଙ୍କର ପ୍ରିୟପାତ୍ର ଥିଲେ। କଟକ ସହର ସହିତ ସାରା ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ସଂଗଠନକୁ ସୁଦୃଢ କରିବାରେ ତାଙ୍କର ଗୁରୁତ୍ଵପୂର୍ଣ୍ଣ ଭୂମିକା ଥିଲା। ଅମର ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ପରିବାର ବର୍ଗଙ୍କ ପ୍ରତି ସମ ବେଦନା ପ୍ରକାଶ କରିଛନ୍ତି। ତାଙ୍କର ଶେଷ କୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଅନୁଷ୍ଠିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସମେତ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସ୍ବର୍ଗତ ଦେ ଙ୍କ ପରଲୋକରେ ସମବେଦନା ଜଣାଇଛନ୍ତି ।

ସୂଚନା ଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ ସମୟରେ ସେ ଅସୁସ୍ଥ ସମୀର ଦେ ଙ୍କୁ ଭେଟି ଥାଆନ୍ତି। ନିକଟରେ ବାଲିଯାତ୍ରା ପାଇଁ କଟକ ଯାଇଥିବା ବେଳେ, ମୁଖ୍ୟମନ୍ତ୍ରୀ ସମୀର ଦେ ଙ୍କୁ ଏକ ଘରୋଇ ହସ୍ପିଟାଲରେ ଭେଟିଥିଲେ।

ଉଲ୍ଲେଖ ଯୋଗ୍ୟ, ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କ ପରଲୋକ । ୬୭ ବର୍ଷ ବୟସରେ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ସମୀର ଦେ’ଙ୍କ ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି ।  ଫୁସଫୁସ, କିଡ୍‌ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ ବରିଷ୍ଠ ବିଜେପି ନେତା ସମୀର ଦେ’। ଦୀର୍ଘଦିନରୁ ଅସୁସ୍ଥ ହୋଇ ଶ୍ରୀ ଦେ ଚିକିତ୍ସିତ ଥିଲେ।

ଅଧିକ ପଢନ୍ତୁ : ପରଲୋକରେ ବରିଷ୍ଠ ବିଜେପି ନେତା ସମୀର ଦେ

Comments are closed.