Latest Odisha News

BREAKING NEWS

ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ଉତ୍କଳ ଭାରତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆମ ଓଡ଼ିଶା ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଉଚ୍ଚବିଦ୍ୟାଳୟର ସଂସ୍କୃତି ବିଭାଗ ସଂଯୋଜକ ଡକ୍ଟର ସୁଧୀର କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ସାମ୍ବାଦିକ ମନୋଜ ଦାଶ,ଅଧ୍ୟକ୍ଷ ଦୀପକ କୁମାର ନାଥଶର୍ମା, ନାଟ୍ୟକାର କୈଳାସ ମଲ୍ଲିକ, ଜିଲ୍ଲା ସଂସ୍କୃତି ଅଧିକାରୀ ଦିଲ୍ଲୀପ କୁମାର ଜେନା ପ୍ରମୁଖ ଅତିଥିଭାବେ ଯୋଗଦେଇ ଯୋଗଦେଇ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ସଫଳତା  ବିଷୟରେ ଆଲୋକପାତ କରିଥିଲେ। ୧୩ ଦିନ ଧରି ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ କ୍ରୀଡା, ଚିତ୍ରାଙ୍କନ, ବକୃତା,ପ୍ରବନ୍ଧ,ନୃତ୍ୟ, ସଙ୍ଗୀତ, ସଚେତନତା ମୂଳକ ନାଟକ ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉଦଯାପନୀ ଦିବସରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା ।

Leave A Reply

Your email address will not be published.