Latest Odisha News

ଜୁଲାଇ ୧ରୁ ସାଧାଣଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପହିଲାରୁ ମୁଖ୍ୟମନ୍ତ୍ରୀ ଶୁଣିବେ ଅଭିଯୋଗ । ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଜୁଲାଇ ୧ରୁ ୟୁନଟି-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ସକାଳ ୧୧ଟାରୁ ଅଭିଯୋଗ ଶଣାଣି କରିବେ ମୁଖ୍ୟମନ୍ତ୍ରୀ ।  ଏହି ଅଭିଯୋଗର ଶୁଣାଇବାକୁ ଚାହୁଁଥିବା ବ୍ୟକ୍ତିବିଶେଷ ପ୍ରଥମେ ଶୁଣାଣି ପାଇଁ ପଞ୍ଜିକରଣ କରିବେ । ଯାହା ସକାଳ ୯ ଟାରୁ  ଦିନ ୧୨ ଟା ପର୍ଯ୍ୟନ୍ତ ଚାଲିବ । ଏହାରି ଭିତରେ ପଞ୍ଜିକରଣ କରିଥିବା ବ୍ୟକ୍ତିମାନେ ମୁଖ୍ୟମନ୍ତ୍ରୀଙ୍କୁ ନିଜର ଅଭିଯୋଗ ଶୁଣାଇ ପାରିବେ ।

ଏହାସହିତ ଜିଲ୍ଲା ସ୍ତରରେ ସମସ୍ତ ଜିଲ୍ଲାପାଳ ମଧ୍ୟ ପ୍ରତ୍ୟେକ ସୋମବାର ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଭିଯୋଗ ଶୁଣାଣୀ ପରେ ଏହାର ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବା ପାଇଁ ମଧ୍ୟ  ନିର୍ଦ୍ଦେଶ ଜାରି କରାଯାଇଛି।

Leave A Reply

Your email address will not be published.