ନୂଆଦିଲ୍ଲୀ: ଦିନକୁ ଦିନ ଅଣାୟତ ହୋଇ ଚାଲିଛି କରୋନା । ଏହାର ପ୍ରତିଷେଧକ କେବେ ଆସିବ ସେନେଇ ଚିନ୍ତାରେ ବିଶ୍ୱବାସୀ । ତେବେ ତୁହାକୁ ତୁହା ନକରାତ୍ମକ ଖବର ମଧ୍ୟରେ ଆସିଛି ଏକ ଖୁସି ଖବର । ଆଗାମୀ ୨ ରୁ ୩ ମାସ ମଧ୍ୟରେ କରୋନାର ପ୍ରତିଷେଧକ ବଟିକା ଆସିପାରେ। ଏନେଇ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସର ନିର୍ଦ୍ଦେଶକ ରଣଦୀପ ଗୁଲେରିଆ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ହାଇଡ୍ରୋକ୍ସିକ୍ଲୋରୋକୁଇନ୍ ଉପରେ ପରୀକ୍ଷା କରାଯାଇଛି। ଏହି ପରୀକ୍ଷା ପରେ ପ୍ରତିଷେଧକ ଔଷଧ ଭାବରେ ହାଇଡ୍ରୋକ୍ସିକ୍ଲୋରୋକୁଇନ୍ କିଛି ମାତ୍ରାରେ ପ୍ରଭାବଶାଳୀ ବୋଲି ସୂଚନା ମିଳିଛି ।
ଏମ୍ସ ନିର୍ଦ୍ଦେଶକଙ୍କ ଦେଇଥିବା ସୁଚନା ଅନୁଯାୟୀ, କରୋନା ଔଷଧ ଦୁଇରୁ ତିନି ମାସ ମଧ୍ୟରେ ଆସିବା ସହ ପ୍ରତିଷେଧକ ଟିକା ଚଳିତ ବର୍ଷ ଶେଷ କିମ୍ବା ଆସନ୍ତା ବର୍ଷ ଆରମ୍ଭରେ ପହଞ୍ଚିପାରେ । ଅନ୍ୟଦେଶ ତୁଳନାରେ ଭାରତରେ ମୃତ୍ୟୁ ହାର କମ୍ ରହିଥିବା ସେ କହିଛନ୍ତି । ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି କେବଳ ଗୁରୁତର ରୋଗୀଙ୍କୁ ଡାକ୍ତରଖାନାରେ ଚିକିତ୍ସା କରାଯିବାର ଆବଶ୍ୟକତା ରହିଥିବା ସେ କହିଛନ୍ତି ।
BREAKING NEWS
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- କମାଣ୍ଡର ଚେଲ୍ଲୁରି ନାରାୟଣ ରାଓଙ୍କ ସମେତ ୮ ନକ୍ସଲଙ୍କ ଆତ୍ମସମର୍ପଣ ,ମୁଣ୍ଡରେ ଥିଲା ୨୫ଲକ୍ଷ
Comments are closed.