Latest Odisha News

BREAKING NEWS

୨୪ ଘଂଟାରେ ଦେଶରେ ୧୦୦୦ ଟପିଲା ମୃତ୍ୟୁ ସଂଖ୍ୟା, ୬୪ ହଜାରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଂଟାରେ ରେକର୍ଡ ସଂଖ୍ୟକ ୬୪,୫୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ମୃତ୍ୟୁ ସଂଖ୍ୟା ହଜାରେ ପାର୍ କରିଛି । ଦିନକରେ ଭାରତରେ ୧୦୦୭ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି ।

ଏହା ସହ ଅଗଷ୍ଟ ୧୪ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪,୬୧,୧୯୦ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୭,୫୧,୫୫୫ଜଣ ସୁସ୍ଥ ହୋଇଛନ୍ତି । ବାକି ୪୮, ୦୪୦ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୬୪,୫୫୩ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬, ୬୧, ୫୯୫ ରହିଛି।

Leave A Reply

Your email address will not be published.