Latest Odisha News

ମିଳିଲା ମହାନଦୀରେ ବୁଡ଼ି ଯାଇଥିବା ଛାତ୍ରଙ୍କ ମୃତଦେହ

ଜଗତପୁର: ଗତକାଲି ମହାନଦୀରେ ବୁଡ଼ି ଯାଇଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। କଟକର ଜଗତପୁର ବାଲିସାହି ନିକଟରେ ଗତକାଲି ଗାଧୋଇବାକୁ ଯାଇ ଦୁଇ ଛାତ୍ର ନିଖୋଜ ହୋଇ ଯାଇଥିଲେ। ସେମାନଙ୍କ ମଧ୍ୟରୁ ଗତକାଲି ଆର୍ଯ୍ୟନ ନାୟକଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଆଜି ମନୋରଞ୍ଜନ ବେହେରାଙ୍କ ମୃତଦେହ ଉଦ୍ଧାର ହୋଇଛି। ଉଭୟ ରାଜକିଶୋର ବିଦ୍ୟାପୀଠରେ ଅଷ୍ଟମ ଶ୍ରେଣୀରେ ପଢୁଥିଲେ।

ଗତକାଲି ଆର୍ଯ୍ୟନ ଓ ମନୋରଞ୍ଜନଙ୍କ ସହିତ ୧୧ ଜଣ ଛାତ୍ର ଷାଣ୍ମାସିକ ପରୀକ୍ଷା ପରେ ନଦୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଉଥିବା ବେଳେ ଗୋଡ ଖସିଯିବାରୁ ଆର୍ଯ୍ୟନ ଓ ମନୋରଞ୍ଜନ ବୁଡ଼ି ଯାଇଥିଲେ। ଖବର ପାଇବା ପରେ ଅଗ୍ନିଶମ ବାହିନୀ ତୁରନ୍ତ ଖୋଜାଖୋଜି ଆରମ୍ଭ କରି ଗତକାଲି ସନ୍ଧ୍ୟା ସମୟରେ ଆର୍ଯ୍ୟନ ନାୟକଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆଜି ସକାଳୁ ପୁଣି ଥରେ ଅଗ୍ନିଶମ ବିଭାଗ ସର୍ଚ୍ଚ ଅପରେସନ ପରେ ମନୋରଞ୍ଜନଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହି ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ଦୁଃଖଦ ପରିବେଶ ସୃଷ୍ଟି ହୋଇଛି।

Leave A Reply

Your email address will not be published.