Latest Odisha News

BREAKING NEWS

ରାଜ୍ୟରେ କାଳବୈଶାଖୀ ପ୍ରଭାବ, ଆସନ୍ତାକାଲି ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। କମିଛି ତାତି।  ଗରମ, ଗୁଳୁଗୁଳିରୁ ମିଳିଛି ଆଶ୍ବସ୍ତି।  ଆସନ୍ତା ତିନିଦିନ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତାକାଲି ପାଇଁ ପାଣିପାଗ ବିଭାଗ ପକ୍ଷରୁ  ଆସନ୍ତାକାଲି ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଆଜି ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ନେଇ ୭ ଜିଲ୍ଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।  ସେହିପରି ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆଗାମୀ ଦୁଇ ଦିନ ପରେ ରାଜ୍ୟରେ ପୁଣି ଫେରିବ ତାତି।  ଦୁଇ ଦିନ ପରେ ବଢିବ ପାରଦ। ଦିନର ସର୍ବୋଚ୍ଚ ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

Comments are closed.