Latest Odisha News

BREAKING NEWS

ଆଶାକର୍ମୀଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ବର: ଆଶାକର୍ମୀଙ୍କ ମାସିକ ଦରମା ବଢ଼ାଇଲେ ରାଜ୍ୟ ସରକାର । ଏବେ ମାସକୁ ୭ ହଜାର ଟଙ୍କା ପାଇବେ ଆଶାକର୍ମୀ । ପୂର୍ବରୁ ମାସିକ ପାରିଶ୍ରମିକ ୪, ୫୦୦ଟଙ୍କା ପାଉଥିଲେ ଆଶାକର୍ମୀ । ମାସିକ ପାରିଶ୍ରମିକ ୪, ୫୦୦ରୁ ୭ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ସେବା ନିବୃତ୍ତି ସମୟରେ ପୂର୍ବରୁ ସେମାନେ ୫୦ ହଜାର ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧ ଲକ୍ଷ ଟଙ୍କା ପାଇବେ । ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯.୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ। ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ । ଏହାଦ୍ବାରା ରାଜ୍ୟର ୪୯,୫୨୨ ଆଶା କର୍ମୀ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୪୮.୫୭ କୋଟି ଟଙ୍କା ଖର୍ଚ୍ଚ କରିବେ।

ଆଶା କର୍ମୀମାନେ ରାଜ୍ୟରେ ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କ ସହାୟତା ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରି ଆସୁଛନ୍ତି। ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଯୋଜନା ସଂପର୍କରେ ସେମାନେ ସଫଳ ଭାବେ ସଚେତନ କରିପାରୁଛନ୍ତି। ଏହା ସହିତ ଟୀକାକରଣ କ୍ଷେତ୍ରରେ ମଧ୍ୟ ଆଶା କର୍ମୀମାନେ ଗୁରୁ ଦାୟିତ୍ୱ ବହନ କରିଆସୁଛନ୍ତି।

ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଆଶା କର୍ମୀ ଏବଂ ସେମାନଙ୍କ ସଙ୍ଗଠନ ଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।

Leave A Reply

Your email address will not be published.